୨୫ ଦିନରେ ପହଞ୍ଚିଲା ବେସରକାରୀ ଅଧ୍ୟାପକ, କର୍ମଚାରୀଙ୍କ ଆନ୍ଦୋଳନ: ସରକାରଙ୍କୁ ଦେଲେ ଏମିତି ଚେତାବନୀ

ବୁଗୁଡ଼ା,୧୧।୯ (କାଳିଚରଣଦାଶ): ସ୍ଥାନୀୟ ପିପୁଲ୍ସ କଲେଜର ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ସମସ୍ତ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ୨୦୦୮ ପରବର୍ତ୍ତୀ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଅନୁଦାନ ପ୍ରଦାନ ଦାବି କରି ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଧାରଣା ଜାରି ରହିଥିବା ବେଳେ ଏହା ଆଜି ୨୫ ଦିନରେ ପହଞ୍ଚିଛି। ସାରା ରାଜ୍ୟରେ ଏହି ଆନ୍ଦୋଳନ ଜାରି ରହିଥିବା ପରିପ୍ରେକ୍ଷୀରେ ବୁଗୁଡା ପିପୁଲ୍ସ କଲେଜର ଅଧ୍ୟାପକ ଓ କର୍ମଚାରୀବୃନ୍ଦ ସାମୂହିକ ଭାବେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କଲେଜ ଅଧ୍ୟକ୍ଷଙ୍କୁ ଦାବିପତ୍ର ପ୍ରଦାନ ପୂର୍ବକ କଲେଜ ସମ୍ମୁଖରେ ଗତ ଅଗଷ୍ଟ ୧୮ ତାରିଖରୁ ସମସ୍ତେ ଧାରଣା ବସିଛନ୍ତି । ଫଳରେ କଲେଜରେ ଅସ୍ବଭାବିକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଦୀର୍ଘ ୧୫ ବର୍ଷରୁ ଉଦ୍ଧର୍‌ବକାଳ ସ୍ବଳ୍ପ ଦରମାରେ ଚଳିବା କଷ୍ଟକର ହୋଇ ପଡିଥିବାରୁ ସଂଘ ତରଫରୁ ଏଭଳି ଚରମ ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି । ଯେଉଁ ଦିନ ପର୍ଯ୍ୟନ୍ତ ଅନୁଦାନ ନୀତି ସମ୍ବନ୍ଧୀୟ କୌଣସି ପଦକ୍ଷେପ ନିଆଯାଇନାହିଁ ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସଂଘ ତରଫରୁ ଚେତାବନୀ ଦିଆଯାଇଛି । ତେବେ କଲେଜର ୧୯ ଜଣ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଏହି ଧାରଣାରେ ବସିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?