ବେସରକାରୀ ଅଲ୍‌ଟ୍ରାସାଉଣ୍ଡ ମେଶିନ ଭରସା

ଯାଜପୁର,୧୬ା୬(ହର୍ଷବର୍ଦ୍ଧନ ବେହେରା): ଗର୍ଭବତୀ ଓ ପ୍ରସୂତି ମହିଳା ମୃତ୍ୟୁହାର କମାଇବା ଉଦ୍ଦେଶ୍ୟରେ ସରକାର ବହୁବିଧ ଯୋଜନା ପ୍ରଣୟନ କରିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ପରିପ୍ରେକ୍ଷୀରେ ଯାଜପୁର ଜିଲାରେ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌) କାର୍ଯ୍ୟ କରୁଛି। ଏହି ଯୋଜନା ଗର୍ଭବତୀ ଓ ପ୍ରସୂତି ମହିଳା ମୃତ୍ୟୁହାରକୁ ରୋକିବାରେ କିଛିଟା ସଫଳତା ହାସଲ କରିପାରିଛି ସତ, ହେଲେ ସ୍ବାସ୍ଥ୍ୟ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟକୁ ପରାହତ କରୁଛି। ଯେଉଁ ଅନୁପାତରେ ଗର୍ଭବତୀ ମହିଳା ମୃତ୍ୟୁହାର କମିବା କଥା ସେହି ଅନୁପାତରେ କମୁନାହିଁ। ଏହାର ମୁଖ୍ୟ କାରଣ ହେଉଛି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯୋଗାଇ ଦିଆଯାଇଥିବା ବହୁ ଯନ୍ତ୍ରପାତି ରୋଗୀ ଚିକିତ୍ସାରେ ବ୍ୟବହାର ହୋଇପାରୁନାହିଁ। ସେଥିମଧ୍ୟରୁ ଗର୍ଭବତୀ ମହିଳାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଅଲଟ୍ରାସାଉଣ୍ଡ ମେଶିନ ଥାଇ ସୁଦ୍ଧା ଜରୁରୀ ସମୟରେ କାମରେ ଲାଗୁ ନାହିଁ। ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଅଲଟ୍ରାସାଉଣ୍ଡ ସୁବିଧା ରହିଛି। ଏହାବାଦ୍‌ ବିଶେଷଜ୍ଞ ଡାକ୍ତର ନ ଥିବାରୁ ଅଲଟ୍ରାସାଉଣ୍ଡ ଉପରେ ନିର୍ଭର କରୁଥିବା ବହୁ ରୋଗୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଜିଲା ସଦର ମହକୁମା ସମେତ ଅନ୍ୟତମ ବଡ଼ ସହର ବ୍ୟାସନଗରରେ ପରୋକ୍ଷରେ ବେସରକାରୀ ଅଲଟ୍ରାସାଉଣ୍ଡ କେନ୍ଦ୍ରଗୁଡ଼ିକୁ ଗୁରୁତ୍ୱ ଦିଆଯାଉଥିବା ଦେଖିବାକୁ ମିଳିଛି।
ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ଅଲଟ୍ରାସାଉଣ୍ଡ ମେଶିନ ଗର୍ଭବତୀ ମହିଳାଙ୍କ ଗର୍ଭାଶୟର ସ୍ଥିତି ଓ ଗର୍ଭାଶୟରେ ଥିବା ଶିଶୁର ଅବସ୍ଥା ସମ୍ପର୍କରେ ସୂଚନା ଦେଇଥାଏ। ସରକାରୀସ୍ତରରେ ଏହି ଗୁରୁତ୍ୱପୂର୍ଣ୍ଣ ମେଶିନକୁ ଅଗ୍ରାଧିକାର ଦିଆଯାଉ ନ ଥିବାରୁ ଜିଲାର ଦୂରଦୂରାନ୍ତରୁ ଆସୁଥିବା ରୋଗୀମାନେ ସମସ୍ୟାରେ ପଡ଼ିବା ସହିତ ବାହାରେ ଅଲଟ୍ରାସାଉଣ୍ଡ କରି ଶୋଷଣର ଶିକାର ହେଉଛନ୍ତି। ଜିଲା ସ୍ବାସ୍ଥ୍ୟ ସମିତି, ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଥିଲେ ମଧ୍ୟ ଏଭଳି ପ୍ରମୁଖ ସମସ୍ୟା ସମାଧାନ ପ୍ରତି କାହାର ତପତ୍ରତା ପ୍ରକାଶ ପାଉନାହିଁ। ଅଲଟ୍ରାସାଉଣ୍ଡ ପରୀକ୍ଷା ପାଇଁ ଜଣେ ରୋଗୀଙ୍କୁ ସରକାରୀ ଭାବେ ଅତି କମ୍‌ ମୂଲ୍ୟ ଦେବାକୁ ପଡୁଥିଲା। କିନ୍ତୁ ଏବେ ରୋଗୀମାନଙ୍କୁ ଘରୋଇ ନର୍ସିଂହୋମରେ ଅଲଟ୍ରାସାଉଣ୍ଡ ପରୀକ୍ଷା କରିବାକୁ ୧୦୦୦ରୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। ଏପରିକି ଜରୁରୀ ସମୟରେ ରୋଗୀଙ୍କଠାରୁ ଅଧିକ ଟଙ୍କା ନିଆଯାଉଥିବା ଅଭିଯୋଗ ହୋଇଛି। ଏପରି ଭାବେ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟ ବହୁ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଅଧିକାଂଶ ରୋଗୀଙ୍କୁ ଅଲଟ୍ରାସାଉଣ୍ଡ ପରୀକ୍ଷା କରିବାକୁ ଡାକ୍ତର ପରାମର୍ଶ ଦେଉଛନ୍ତି। ଏପରି ପରିସ୍ଥିତିରେ ରୋଗୀ ଅନ୍ୟ ଜାଗାକୁ ଉଚ୍ଚତର ଚିିକିତ୍ସା ପାଇଁ ଯାଉଛନ୍ତି। ଉଚିତ ସମୟରେ ଚିକିିତ୍ସା ସେବା ପାଇ ନ ପାରି ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟୁଥିବା ନଜିର ରହିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ମେଶିନ ଥାଇ ନ ଥିବା ଭଳି ହୋଇଛି। ଏ ସମ୍ପର୍କରେ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଜଗଦୀଶ ପ୍ରସାଦ ଦାଶଙ୍କୁ ପଚାରିବାରୁ ସେ କହିଛନ୍ତି, ପ୍ରାୟ ୭ ମାସ ହେଲା ଅଲଟ୍ରାସାଉଣ୍ଡ ମେଶିନର ବିଶେଷଜ୍ଞ ଡାକ୍ତର ନାହାନ୍ତି। ତେଣୁ ସ୍ତ୍ରୀ ଓ ପ୍ରସୂତି ଡାକ୍ତରଙ୍କ ଦ୍ୱାରା କେବଳ ଗର୍ଭବତୀ ମହିଳାଙ୍କ ପରୀକ୍ଷା ହୋଇପାରୁଛି। ରବିବାର ବ୍ୟତୀତ ଅନ୍ୟ ଦିନ ସକାଳ ୮ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଅଲଟ୍ରାସାଉଣ୍ଡ ପରୀକ୍ଷା ଉପଲବ୍ଧ ହେଉଛି। ଆବଶ୍ୟକ ପଡ଼ିଲେ ଅନ୍ୟ ସମୟରେ ମଧ୍ୟ ପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri