ବଅଁରପାଳ, ୧୭।୭(ଡି.ଏନ.ଏ)
ଯୌତୁକ ଲୋଭ ପୁଣି ନେଇଛି ଜୀବନ। ମାତ୍ର ଦେଢ଼ବର୍ଷର ଜଣେ ନବବଧୂଙ୍କୁ ଶାଶୁଘର ଲୋକେ କିରୋସିନ ଢାଳି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଗ୍ରାମରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଥାନାରେ ଏତଲା ପରେ ପୋଲିସ ନଂ. ୧୯୧/୨୦ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ମୁତାବକ, ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଦୁଦୁରକୋଟ ଗ୍ରାମର ଦାମୋଦର ଭଞ୍ଜଙ୍କ ଝିଅ ପ୍ରିୟା ଗଡ଼ନାୟକ ୨୦୧୯ ଫେବୃୟାରୀ ୨୦ରେ ଗଡ଼ସନ୍ତ୍ରୀ ଗ୍ରାମର ଆଶୁତୋଷ ଗଡ଼ନାୟକଙ୍କୁ ବିବାହ କରିଥିଲେ। ହେଲେ କିଛି ଦିନ ପରେ ତାଙ୍କ ଉପରେ ନିର୍ଯାତନା ଆରମ୍ଭ ହୋଇଯାଇଥିଲା। ସ୍ବାମୀ ଆଶୁତୋଷଙ୍କ ସମେତ ଶାଶୁ ପ୍ରେମଲତା ଓ ନଣନ୍ଦ ସିନାରାଣୀ ସାମଲ ଅଧିକ ଯୌତୁକ ଦାବିରେ ନିର୍ଯାତନା ସହ ହତ୍ୟା ଧମକ ଦେଉଥିଲେ। ଗତ ୧୫ ତାରିଖରେ ସେମାନେ ପ୍ରିୟାଙ୍କ ଉପରେ କିରୋସିନି ପକାଇ ନିଆଁ ଲଗାଇ ଦେଇଥିବା ତାଙ୍କ ବାପା ଦାମୋଦର ଭଞ୍ଜ ଅଭିଯୋଗରେ ଦର୍ଶାଇଛନ୍ତି। ଗୁରୁତର ପ୍ରିୟାଙ୍କୁ ଅନୁଗୋଳ ଡାକ୍ତରଖାନା ନିଆଯାଇଥିଲେ ହେଁ ସେଠାରେ ମୃତ୍ୟୁ ଘଟିଥିଲା। ଅଭିଯୋଗ ପରେ ଥାନା ଅଧିକାରୀ ସୁନୀଲ କର, ତଦନ୍ତ କରିବା ସହ ସ୍ବାମୀ ଆଶୁତୋଷଙ୍କୁ ଅଟକ ରଖିଛନ୍ତି। ଅଧିକ ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି। ଅପରପକ୍ଷରେ ପ୍ରିୟାଙ୍କ ଶାଶୁଘର ଲୋକେ ପୋଡ଼ି ମାରିଦେବା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ପାରିବାରିକ କହଳ ଯୋଗୁ ପ୍ରିୟା ଆତ୍ମହତ୍ୟା କରିଥିବା ସେମାନେ ସଫେଇ ଦେଇଛନ୍ତି।
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
Archives

