ନିକ୍‌ଙ୍କ ଜନ୍ମଦିନ ଏମିତି ପାଳନ କଲେ ପ୍ରିୟଙ୍କା

ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ଗାୟକ ନିକ୍‌ ଜୋନାସ ୧୬ ସେପ୍ଟେମ୍ବର ଅର୍ଥାତ୍‌ ଆଜି ତାଙ୍କର ୩୦ ତମ ଜନ୍ମଦିନ ପାଳନ କରୁଛନ୍ତି। ସବୁବେଳେ ମଜା କରୁଥିବା ନିକ୍‌ ତାଙ୍କ ଜନ୍ମଦିନକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ଜନ୍ମଦିନ ପାଳନ ପାଇଁ ସେ ପ୍ରିୟଙ୍କା ଏବଂ ଝିଅ ସହ ତାଙ୍କ ବ୍ୟକ୍ତିଗତ ଜେଟ୍‌ରେ ଉଡ଼ିଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଏହାର ଝଲକ ଦେଇଛନ୍ତି। ଭିଡିଓରେ କ୍ୟାପଶନ ଦେଇଛନ୍ତି, ‘ହେୟାର ଉଇ ଗୋ ୩୦’।

ଭିଡିଓରେ ଏକ ଘରୋଇ ଜେଟ୍‌ ରହିଥିବା ଦେଖିବାକୁ ମିଳିଛି। ନିକ୍‌ ଏହା ଆଡ଼କୁ ଯାଉଥିବାର ଦେଖିବାକୁ ମିଳିଛି। ପ୍ରିୟଙ୍କା ଜେଟ୍‌ ଭିତରେ ବସି ଫୋନ୍‌ରେ କଥା ହେଉଥିବା ବେଳେ ନିକ୍‌ ଦେଖି ଖୁସିରେ ଏକ ସୁନ୍ଦର ଲୁକ୍‌ ଦେଉଛନ୍ତି। ଏଥି ସହିତ ନିକ୍‌ଙ୍କ ଜନ୍ମଦିନ ଥିବାରୁ ଜେଟ୍‌କୁ ଭଲ ଭାବରେ ବି ସଜାଯାଇଛି।

ଏମିତିରେ ପ୍ରିୟଙ୍କା-ନିକ୍‌ ପ୍ରାୟତଃ ସେମାନଙ୍କର ଖାସ୍‌ ଦିନ ପାଳନ କରିବାକୁ କୌଣସି ନା କୌଣସି ସ୍ଥାନକୁ ଯାଇଥାନ୍ତି। ଯଦିଓ ଉଭୟ ବ୍ୟସ୍ତ ରହୁଛନ୍ତି ତଥାପି ସେମାନେ ବିଶେଷ ଦିନରେ ପରସ୍ପର ସହିତ ରହିବାକୁ ପସନ୍ଦ କରନ୍ତି। ଏହି କାରଣରୁ ନିକ୍‌ଙ୍କ ଜନ୍ମଦିନ ପାଇଁ ସ୍ବତନ୍ତ୍ର ଯୋଜନା ମଧ୍ୟ କରାଯାଇଛି। ଉଭୟ ନିଜ ଝିଅ ସହିତ ଅଧିକ ସମୟ ବିତାଇବାକୁ ବାହାରିଛନ୍ତି। ଦୀର୍ଘ ସମୟ ଧରି ଡେଟିଂ କରିବା ପରେ ପ୍ରିୟଙ୍କା ଏବଂ ନିକ୍‌ ୨୦୧୮ରେ ଯୋଧପୁରରେ ବିବାହ କରିଥିଲେ। ଚଳିତ ବର୍ଷ ଜାନୁୟାରୀରେ ତାଙ୍କ ଘରକୁ ଏକ କନ୍ୟାସନ୍ତାନ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri