୪୦ ବର୍ଷରେ ନିର୍ବନ୍ଧ କଲେ ବଲିଉଡ୍‌ର ଏହି ଅଭିନେତା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସହ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ଏବଂ ହ୍ବାଟସ୍‌ ୟୋର ରାଶି’ ରେ କାମ କରିସାରିଥିବା ଅଭିନେତା ହରମନ ବାବେଜା ନ୍ୟୁଟ୍ରେଶନ ହେଲ୍ଥ କୋଚ୍‌ ସାଶା ରାମଚନ୍ଦାନୀଙ୍କ ସହ ନିର୍ବନ୍ଧ କରିଛନ୍ତି। ସାଶାଙ୍କ ବନ୍ଧୁ ତଥା କ୍ରିକେଟର ଜାହିର ଖାନ୍‌ଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଗରିକା ଘାଟ୍‌ଗେ ସୋସିଆଲ ମିଡିଆରେ ଉକ୍ତ ଯୋଡିଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହି ସୂଚନା ଦେଇଛନ୍ତି।
ସାଗରିକା ତାଙ୍କର ଇନ୍‌ଷ୍ଟ୍ରା ଷ୍ଟୋରୀରେ ଉକ୍ତ କପଲଙ୍କର ଏକ ଫଟୋ ଶେୟାର କରି ଲେଖିଛନ୍ତି, ସାଶା ଏବଂ ହରମନଙ୍କୁ ଶୁଭେଚ୍ଛା।
୪୦ ବର୍ଷୀୟ ହରମନ ହେଉଛନ୍ତି ପ୍ରସିଦ୍ଧ ନିର୍ଦ୍ଦେଶକ ହ୍ୟାରି ବାବେଜାଙ୍କ ପୁଅ। ସେ ୨୦୦୮ରେ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ବକ୍ସ ଅଫିସର ଫ୍ଲପ୍‌ ହୋଇଥିଲା। ଏହା ପରେ ଭିକ୍ଟ୍ରି, ହ୍ବାଟସ୍‌ ୟୋର ରାଶି ଏବଂ ଢିଚକାଉ ଆଦି ଫିଲ୍ମରେ କାମ କଲେ। ମାତ୍ର କୌଣସି ଫିଲ୍ମ ସଫଳତା ପାଇଲା ନାହିଁ।
ହ୍ରିତିକ୍‌ ରୋଶନଙ୍କ ଅବିକଳ କୁହାଯାଉଥିବା ହରମନ ଫେବୃୟାରୀ ୨୦୧୪ରେ ବିପାଶା ବସୁଙ୍କ ସହ ରିଲେସନଶିପ୍‌ରେ ଥିବା କହିଥିଲେ। ମାତ୍ର ଡିସେମ୍ବରରେ ବିପାଶା ସେମାନଙ୍କ ବ୍ରେକ୍‌ଅପ୍‌ ନେଇ ଷୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri