ଜନ୍ମର ୩ ମାସ ପରେ ଝିଅର ନାଁ ରଖିଲେ ପ୍ରିୟଙ୍କା!

ବଲିଉଡ୍‌ ପରେ ହଲିଉଡ୍‌ରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ତାଙ୍କ ସ୍ବାମୀ ତଥା ଆମେରିକୀୟ ଗାୟକ ନିକ ଜୋନାସ ଚଳିତ ବର୍ଷ ଆରମ୍ଭରେ ସରୋଗେସି ମାଧ୍ୟମରେ କନ୍ୟା ସନ୍ତାନର ମାତାପିତା ହୋଇଥିଲେ। ଜନ୍ମର ୩ ମାସ ପରେ ଝିଅର ନାଁ ପ୍ରକାଶ ପାଇଛି। ପ୍ରିୟଙ୍କା ଏବଂ ନିକ୍‌ ଝିଅର ନଁା ମାଳତୀ ମାରି ରଖିଛନ୍ତି। ଜନ୍ମ ପ୍ରମାଣପତ୍ରକୁ ଦର୍ଶାଯାଇଛି, ଜାନୁଆରୀ ୧୫ରେ ରାତି ୮ଟା ପରେ ମାଳତୀ ସାନ ଡିଏଗୋ ହସ୍ପିଟାଲରେ ଜନ୍ମଗ୍ରହଣ କରିଥିଲେ। ମାଳତୀ ଏକ ହିନ୍ଦୁ ନାମ ହୋଇଥିବାବେଳେ ମ୍ୟାରି ଏକ ଖ୍ରୀଷ୍ଟିଆନ ନାମ। ପ୍ରିୟଙ୍କା ଏବଂ ନିକ୍‌ଙ୍କ ଧର୍ମ ଅନୁଯାୟୀ ଏହି ନାମକରଣ କରାଯାଇଛି। ମାଳତୀ ନାମ ସଂସ୍କୃତରୁ ଉତ୍ପନ୍ନ। ଏହାର ଅର୍ଥ- ‘ଛୋଟ ସୁଗନ୍ଧିତ ଫୁଲ। ସେହି ସମୟରେ, ମାରି ଲାଟିନ ଭାଷା ଷ୍ଟେଲା ମାରିସରୁ ଉତ୍ପନ୍ନ, ଯାହାର ଅର୍ଥ ହେଉଛି ସମୁଦ୍ରର ତାରା। ମାରି ମଧ୍ୟ ଯୀଶୁଙ୍କ ମା’ଙ୍କର ନାମ ଥିଲା।
ନିକ ଜୋନାସ ଏବଂ ପ୍ରିୟଙ୍କା ଚୋପ୍ରା ୨୦୧୮ରେ ବିବାହ କରିଥିଲେ। ରାଜସ୍ଥାନର ଏକ ପ୍ୟାଲେସରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ପ୍ରିୟଙ୍କା ଏବଂ ନିକଙ୍କ ବିବାହ କାର୍ଯ୍ୟ ଚାରି ଦିନ ଧରି ଚାଲିଥିଲା। ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତିକୁ ଧ୍ୟାନରେ ରଖି ଏହି ବିବାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?