‘ଗଦର ୨’ ନିର୍ଦ୍ଦେଶକଙ୍କୁ ଉପହାର ପଠାଇଲେ ପ୍ରିୟଙ୍କା-ନିକ୍‌

ଆଜିକାଲି ସନି ଦେଓଲ, ଅମିଶା ପଟେଲ ଏବଂ ଉତ୍କର୍ଷ ଶର୍ମାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗଦର ୨’ ବକ୍ସ ଅଫିସରେ ଜବରଦସ୍ତ ଆୟ କରୁଛି। ଏପର୍ଯ୍ୟନ୍ତ ଏହି ଚଳଚ୍ଚିତ୍ର ୩୦୦ କୋଟିରୁ ଅଧିକ ଆୟ କଲାଣି। ସମସ୍ତେ ଏହି ଚଳଚ୍ଚିତ୍ରକୁ ପ୍ରଶଂସା କରୁଛନ୍ତି। ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ସ୍ବାମୀ ନିକ୍‌ ଜୋନାସ ମଧ୍ୟ ‘ଗଦର ୨’କୁ ପ୍ରଶଂସା କରିଛନ୍ତି। ଉଭୟ ଫିଲ୍ମର ନିର୍ଦ୍ଦେଶକ ଅନିଲ ଶର୍ମାଙ୍କ ପାଇଁ ଏକ ବିଶେଷ ଉପହାର ପଠାଇ ଫିଲ୍ମର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉପହାରର ଫଟୋ ଶେୟାର କରି ନିର୍ଦ୍ଦେଶକ ନିଜେ ଏହି ଦମ୍ପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।ଅନୀଲ ସୋସିଆଲ ମିଡିଆରେ ଚିତ୍ର ସେୟାର କରି ଖୁସି ବ୍ୟକ୍ତ କରିଥିଲେ
ଅନୀଲ ସୋସିଆଲ ମିଡିଆରେ ଦୁଇଟି ଫଟୋ ଶେୟାର କରିଛନ୍ତି। ପ୍ରଥମ ଫଟୋରେ ଏକ ସୁନ୍ଦର ଫୁଲ ତୋଡା ଏବଂ ଦ୍ୱିତୀୟ ଫଟୋରେ ଏକ ନୋଟ ଦୃଶ୍ୟମାନ ହେଉଛି। ଏହି ନୋଟରେ ଲେଖାଯାଇଛି- ପ୍ରିୟ ଅନିଲ ସାର୍‌, ଗଦର ୨ ର ସଫଳତା ପାଇଁ ଆପଣଙ୍କୁ ଅନେକ ଅନେକ ଅଭିନନ୍ଦନ। ଆଗାମୀ ସମୟ ପାଇଁ ଆପଣଙ୍କୁ ଶୁଭେଚ୍ଛା। ପ୍ରିୟଙ୍କା ଏବଂ ନିକଙ୍କ ପକ୍ଷରୁ ଢେର ସାରା ଭଲ ପାଇବା। ପ୍ରିୟଙ୍କା ଏବଂ ନିକଙ୍କ ନୋଟ ଶେୟାର କରି ଅନିଲ ଲେଖିଛନ୍ତି – ତୁମ ଦୁହିଁଙ୍କୁ ଅନେକ ଧନ୍ୟବାଦ। ତୁମର ଏହି ଉପହାର ମୋ ହୃଦୟକୁ ସ୍ପର୍ଶ କଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri