ପ୍ରିୟଙ୍କାଙ୍କ ଭାଇଙ୍କ ହୃଦୟ ଚୋରି କରିଥିବା ଲଳନାଜଣଙ୍କ କିଏ? ବିବାହକୁ ନେଇ…

ମୁମ୍ବାଇ: ବିବାହ କରିବାକୁ ଯାଉଛନ୍ତି ଗ୍ଲୋବାଲ୍‌ ଷ୍ଟାର ତଥା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ଭାଇ ସିଦ୍ଧାର୍ଥ। ଏଥିରେ ଯୋଗଦେବାକୁ ଅଭିନେତ୍ରୀ ଭାରତ ଆସିଛନ୍ତି। ସିଦ୍ଧାର୍ଥ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନୀଲମ ଚୋପ୍ରାଙ୍କ ହାତ ଧରିବେ। ଏମିତିରେ ଆସନ୍ତୁ ଜାଣିବା ନୀଲମଙ୍କ ବିଷୟରେ ଅଧିକ କିଛି…
ଫିଲ୍ମ ପ୍ରଯୋଜକ ସିଦ୍ଧାର୍ଥ ଏବଂ ନୀଲମଙ୍କ ପ୍ରେମକାହାଣୀ ଠିକ୍‌ ଚଳଚ୍ଚିତ୍ର ଭଳି। ଉଭୟ ପରସ୍ପରକୁ ଏକ ଡେଟିଂ ଆପ୍‌ରେ ଭେଟିଥିଲେ। ପ୍ରଥମେ ବନ୍ଧୁରୁ ସମ୍ପର୍କ ଆରମ୍ଭ ହୋଇ ବିବାହ ଯାଏ ପହଞ୍ଚିଥିଲା।
ପ୍ରିୟଙ୍କାଙ୍କ ଭାଇ ସିଦ୍ଧାର୍ଥ ଏବଂ ନୀଲମ ୨୦୨୪ ମସିହାରେ ନିର୍ବନ୍ଧ କରିଥିଲେ। ଏବେ ଘରେ ସେମାନଙ୍କ ବିବାହ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ସିଦ୍ଧାର୍ଥ-ନୀଲମଙ୍କ ନିର୍ବନ୍ଧ ୨ ଏପ୍ରିଲ ୨୦୨୪ରେ ମୁମ୍ବାଇରେ ହୋଇଥିଲା। ପ୍ରିୟଙ୍କା ତାଙ୍କ ଭାଇ ଏବଂ ଭାଉଜଙ୍କ ରୋକା ସମାରୋହର ଫଟୋ ମଧ୍ୟ ସେୟାର କରିଛନ୍ତି।
ପ୍ରିୟଙ୍କାଙ୍କ ଅଭିନୟ ବିଷୟରେ କହିବାକୁ ଗଲେ, ପିସି ବର୍ତ୍ତମାନ ଏସ୍‌.ଏସ୍‌. ରାଜାମୌଲିଙ୍କ ଫିଲ୍ମ ’ଏସ୍‌ଏସ୍‌ଏମ୍‌ବି ୨୯’ର ଶୁଟିଂ ପାଇଁ ଭାରତରେ ଅଛନ୍ତି। ଏହି ଫିଲ୍ମରେ ପ୍ରିୟଙ୍କା ସାଉଥ ସୁପରଷ୍ଟାର ମହେଶ ବାବୁଙ୍କ ସହ ନଜର ଆସିବେ।

Enter your email to get our daily news in your inbox.

All Right Reserved By Dharitri.Com

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri