ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି। ଫ୍ୟାଶନ କଥା ଆସିଲେ ସେ ଅତୁଳନୀୟ। ନିକଟରେ ପ୍ରିୟଙ୍କା ପ୍ୟାରିସରେ ହାଉଟ କାଉଚର ସପ୍ତାହ ଶରତ/ଶୀତ ୨୦୨୬-୨୭ (Haute Couture Week Fall/Winter 2026-27)ରେ ଯୋଗ ଦେଇଥିଲେ। ସେ ଏକ କମଳା ରଙ୍ଗର ଡାୟୋର୍‌ ଡ୍ରେସ ପିନ୍ଧିଥିଲେ। ଏହି ପୋଷାକ ତାଙ୍କୁ ଏତେ ସୁନ୍ଦର ଭାବରେ ସୁଟ କରିଥିଲା ଯେ, ଯିଏ ଏହି ଲୁକ ଦେଖିଲା ସେ ପ୍ରତିକ୍ରିୟା ନ ଦେଇ ରହିପାରି ନ ଥିଲେ।
ଏହି ଫ୍ୟାଶନ ଇଭେଣ୍ଟ ପାଇଁ ସେ ‘ଡାୟୋର୍‌ କ୍ରୁଜ ୨୦୨୭’ କଲେକ୍ସନରୁ ଏକ କମଳା ମିଡି ଡ୍ରେସ ବାଛିଥିଲେ। ସେ ଏହି ପୋଷାକରେ ଆହୁରି ଗ୍ଲାମରସ ଏବଂ ସୁନ୍ଦର ଦେଖାଯାଉଥିଲେ। ସେ ତାଙ୍କ ସ୍ବାମୀ ତଥା ପପ ଷ୍ଟାର ନିକ ଜୋନାସ ସହିତ ଏହି କାର୍ଯ୍ୟକ୍ରମରେ ପହଞ୍ଚିଥିଲେ।
ପ୍ରିୟଙ୍କା ନିକଟରେ ହଲିଉଡ ଫିଲ୍ମ ‘ଦି ବ୍ଲଫ’ ପାଇଁ ଚର୍ଚ୍ଚାରେ ଥିଲେ। ଏଥିରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଫିଲ୍ମଟିକୁ ଦର୍ଶକଙ୍କଠାରୁ ମିଶ୍ରିତ ପ୍ରତିକ୍ରିୟା ମିଳିଥିଲା। ‘ଦେଶୀ ଗାର୍ଲ’ ମଧ୍ୟ ଦୀର୍ଘ ଦିନ ପରେ ଭାରତୀୟ ସିନେମାକୁ ଫେରିବାକୁ ଯାଉଛନ୍ତି। ସେ ଏସ.ଏସ. ରାଜାମୌଲିଙ୍କ ପ୍ୟାନ-ଇଣ୍ଡିଆ ଫିଲ୍ମ ‘ବାରାଣସୀ’ରେ ମହେଶ ବାବୁଙ୍କ ସହ ଅଭିନୟ କରିବାକୁ ଯାଉଛନ୍ତି। ଏହାସହ ସେ ପ୍ରାଇମ ଭିଡିଓ ସିରିଜ ‘ସିଟାଡେଲ ସିଜିନ ୨’ରେ ମଧ୍ୟ ଦେଖାଯିବେ। ଏହା ସହିତ ତାଙ୍କର ‘ହେଡ୍ସ ଅଫ ଷ୍ଟେଟ’ ଏବଂ ‘ରିସେଟ’ ଭଳି ହଲିଉଡ ପ୍ରୋଜେକ୍ଟ ଲାଇନରେ ଅଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri