Video:ହଠାତ୍‌ ରାସ୍ତାରେ ଗାଡ଼ି ରୋକି ଏମିତି କାମ କଲେ ପ୍ରିୟଙ୍କା: ସମସ୍ତେ କରୁଛନ୍ତି ବାଃ ବାଃ

ଆଜିକାଲି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମୁମ୍ବାଇରେ ଅଛନ୍ତି। ନିକଟରେ ଦେଶୀ ଗର୍ଲଙ୍କୁ କାଲିନା ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ପ୍ରିୟଙ୍କା ଗ୍ରେ ରଙ୍ଗର ସ୍ବେଟପ୍ୟାଣ୍ଟ ସହ ଟପ ପିନ୍ଧି କାଜୁଆଲ ଲୁକରେ ନଜର ଆସିଥିଲେ। ଏହାର ଏକ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ପ୍ରିୟଙ୍କାଙ୍କୁ କାଲିନା ବିମାନବନ୍ଦରରୁ ବାହାରକୁ ଆସୁଥିବାର ଦେଖିବାକୁ ମିଳୁଛି। ତାଙ୍କ ଗାଡ଼ି ସିଗନାଲରେ ଅଟକି ଯାଇଥିଲା। ସିଗନାଲରେ ଠିଆ ହୋଇଥିବା ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରିୟଙ୍କାଙ୍କ ଗାଡ଼ି ପାଖକୁ ଯାଇ ମାଗିଥିଲେ। ଏହି ସମୟରେ ପ୍ରିୟଙ୍କା ଗାଡ଼ି ଭିତରୁ ଅସହାୟ ଲୋକଟିକୁ କିଛି ଟଙ୍କା ଦାନ କରିଥିଲେ। ତାଙ୍କର ଏହି ଶୈଳୀ ପ୍ରଶଂସକଙ୍କ ହୃଦୟ ଜିତିବାରେ ଲାଗିଛି।
ପ୍ରିୟଙ୍କା ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ପାଇଁ ଭାରତରେ ଅଛନ୍ତି। ସେ ଏବେ ହାଇଦ୍ରାବାଦରେ ଏହି ଫିଲ୍ମର ଶୁଟିଂ କରୁଛନ୍ତି। ପ୍ରିୟଙ୍କା ସାଉଥ୍‌ର ପ୍ରସିଦ୍ଧ ନିର୍ଦ୍ଦେଶକ ଏସଏସ ରାଜମୌଲିଙ୍କ SSMB29 ସହିତ ଭାରତୀୟ ସିନେମାରେ ପୁନରାଗମନ କରୁଛନ୍ତି। ଏଥିରେ ତାଙ୍କ ସହିତ ଦକ୍ଷିଣ ସୁପରଷ୍ଟାର ମହେଶ ବାବୁ ମୁଖ୍ୟ ଭୂମିକାରେ ନଜର ଆସିବେ। ରିପୋର୍ଟ ଅନୁସାରେ, ପ୍ରିୟଙ୍କା ଏହି ଫିଲ୍ମରେ ଖଳନାୟକ ଭୂମିକାରେ ଅଭିନୟ କରିବେ। ବହୁ ଦିନ ପରେ ପ୍ରିୟଙ୍କାଙ୍କୁ ଏକ ଭାରତୀୟ ଫିଲ୍ମରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଉତ୍ସାହିତ ଅଛନ୍ତି।

 

View this post on Instagram

 

A post shared by Varinder Chawla (@varindertchawla)


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri