ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ୟାରେଡରେ ଅଂଶଗ୍ରହଣ ବିଷୟରେ ସୂଚନା ଦେଇଥିଲେ। ପ୍ରିୟଙ୍କା ଏହି ଫଟୋ ଶେୟାର କରି କ୍ୟାପସନରେ ଲେଖିଛନ୍ତି, ଖୁସି ଅନୁଭବ କରୁଛି। ପ୍ରାଇଡ ପ୍ୟାରେଡରେ ଯୋଗଦେବା ପାଇଁ ଏକ ପୁରା ସ୍ଲିଭ ଟପ ଏବଂ ହାଇ ସ୍ଲିଟ ସ୍କର୍ଟ ପିନ୍ଧିଥିଲେ ପ୍ରିୟଙ୍କା। ସେ ଏହି ସୁନ୍ଦର ଧଳା ପୋଷାକ ସହିତ ମେଳ ଖାଉଥିବା ପିଭିସି ହିଲ ପିନ୍ଧିଥିଲେ। ତେବେ ତାଙ୍କ ଏହି ଟପ୍‌ ଆରୋନ ଇଣ୍ଟରନ୍ୟାସନାଲ ବ୍ରାଣ୍ଡର ଅଟେ ଏବଂ ଏହାର ମୂଲ୍ୟ ୧୭ ହଜାର ୨୫୬ ଟଙ୍କା ଥିବାବେଳେ ସ୍କର୍ଟ ୨୦ ହଜାର ୨୬୩ ଟଙ୍କା। ପ୍ରିୟଙ୍କା ଏକ ସୁନା ଘଣ୍ଟା, ସୁନ୍ଦର ସୁନା ବ୍ରେସଲେଟ ଏବଂ ହାତରେ ମୁଦି ପିନ୍ଧି ବହୁତ ସୁନ୍ଦର ଦେଖାଯାଉଥିଲେ। ହଲିଉଡ ବ୍ରାଣ୍ଡର ଅନେକ ଡିଜାଇନର୍‌ ଏବଂ ସେଲିବ୍ରିଟି ପ୍ରିୟଙ୍କା ଚୋପ୍ରାଙ୍କ ଲୁକ୍‌ସକୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri