ପ୍ରିୟଙ୍କା ଚୋପ୍ରାଙ୍କ ପ୍ରଶ୍ନ ଶୁଣି ବିରାଟ କୋହଲି ଦେଇଥିଲେ ଏମିତି ଉତ୍ତର

ଆଜିକାଲି ବିଭିନ୍ନ ସେଲିବ୍ରିଟି ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ନୂଆ ଏବଂ ପୁରୁଣା ସ୍ମୃତିକୁ ଉଜାଗର କରିବା ପାଇଁ ବଲିଉଡ୍‌ ସେଲିବ୍ରିଟିମାନେ ନିଜର ଫଟୋ କିମ୍ବା ଭିଡିସ ପ୍ରଶଂସକଙ୍କ ସହ ଶେୟାର କରିଥାନ୍ତି। ନିକଟରେ ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପା ଏବଂ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ବିରାଟ, ପ୍ରିୟଙ୍କାଙ୍କ ବ୍ୟତୀତ ଅଭିଷେକ ବଚ୍ଚନ ମଧ୍ୟ ଅଛନ୍ତି। ଏହି ଭିଡିଓରେ କୋହଲିଙ୍କୁ ପ୍ରିୟଙ୍କା ପଚାରିଥିଲେ, ସଚିନ ତେନ୍ଦୁଲକର ତାଙ୍କୁ କେମିତି ପ୍ରେରିତ କରିଥିଲେ। ଏହାର ଜବାବରେ ସେ କହିଥିଲେ, ସଚିନ ତେନ୍ଦୁଲକର ମୋ କ୍ରିକେଟ୍‌ ଖେଳିବାର କାରଣ। ମୁଁ ଭାବେ ମୋ ଭଳି ଅନେକ ଲୋକ ତାଙ୍କୁ ଦେଖି କ୍ରିକେଟ୍‌ ଖେଳିବା ଆରମ୍ଭ କରିଛନ୍ତି। ମୋର ସୌଭାଗ୍ୟ ଯେ, ମୁଁ ତାଙ୍କ ସହ ଡ୍ରେସିଂ ରୁମ୍‌ ଶେୟାର କରିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୧୦୦ ଶତକ ହାସଲ କରିଥିବା ସଚିନ ତେନ୍ଦୁଲକରଙ୍କ ସମ୍ମାନର୍ଥେ ଆୟୋଜିତ ଏକ କାର୍ଯ୍ୟକ୍ରମର ଏହି ଭିଡିଓ ଥିଲା। ଏହି କାର୍ଯ୍ୟକ୍ରମରେ ସଚିନଙ୍କ ସମେତ ଅନେକ କ୍ରିକେଟ୍‌ ଏବଂ ବଲିଉଡ୍‌ ସେଲିବ୍ରିଟିମାନେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri