ବାଇଡେନ-କମଲାଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ପ୍ରିୟଙ୍କା କହିଲେ ବଡ ସ୍ୱପ୍ନ ଦେଖ

ମୁମ୍ବାଇ: ବଲିଉଡ୍ ତଥା ହଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନସ୍ ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି । ଜୋ ବାଇଡେନ୍ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ୍ ପ୍ରଥମ ମହିଳା ଭାବେ ଆମେରିକାର ଉପରାଷ୍ଟ୍ରପତି ଆସନ ଅଳଙ୍କୃତ କରିବାକୁ ଯାଉଛନ୍ତି । ଏଥିରେ ନିଜର ଖୁସି ପ୍ରକାଶ କରି ପ୍ରିୟଙ୍କା ଉଭୟଙ୍କ୍‌ୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଆମେରିକାବାସୀଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି । ପ୍ରିୟଙ୍କା ଲେଖିଛନ୍ତି ରାଷ୍ଟ୍ରପତି ନିର୍ବାଚନ ପରେ ସ୍ପଷ୍ଟ ହୋଇଛି ଗଣତନ୍ତ୍ରର ଶକ୍ତି କେତେ । ଏହାସହ ଆମେରିକାର ଏହି ନିର୍ବାଚନକୁ ନେଇ ଏକ ଭଲ ଅନୁଭୁତି ସାଉଁଟିବା କହିଛନ୍ତି ପ୍ରିୟଙ୍କା । କମଲାଙ୍କ ବିଜୟକୁ ନେଇ ସେ କହିଛନ୍ତି ମହିଳାମାନେ ବଡ ସ୍ୱପ୍ନ ଦେଖନ୍ତୁ କାରଣ ଭବିଷ୍ୟତରେ କିଛି ବି ଘଟିପାରେ । ଯାହା କମଲାଙ୍କ କ୍ଷେତ୍ରରେ ଘଟିଲା । ସୂଚନାଯୋଗ୍ୟ, ପ୍ରିୟଙ୍କା ଏବେ ଆମେରିକାରେ ନିଜ ଶାଶୁଘରେ ରହୁଥିବା ବେଳେ ସେଠାରେ ସେ କିଛି ଫିଲ୍ମ ଶୁଟିଂରେ ମଧ୍ୟ ବ୍ୟସ୍ତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri