ଭାଇରାଲ ହେଉଛି ପ୍ରିୟଙ୍କାଙ୍କ କାର୍ ସେଲ୍ଫି

ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପୁଣି ଚର୍ଚ୍ଚାରେ । ନିକଟରେ ସେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି । ଫଟୋଟି ତାଙ୍କ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି । ଏବେ ପ୍ରିୟଙ୍କା ହଲିଉଡ୍ ଫିଲ୍ମର ଶୁଟିଂ ପାଇଁ ଗତ ପ୍ରାୟ ୧ ବର୍ଷ ହେବ ଲଣ୍ଡନରେ ଅଛନ୍ତି । ସେଠାରେ ସେ ‘ସିଟାଡେଲ’ ଫିଲ୍ମର ଶୁଟିଂ କରୁଛନ୍ତି । ମଝିରେ ମଝିରେ ସେ ଶୁଟିଂ ସେଟ୍‌ର ଫଟୋ ପୋଷ୍ଟ କରି ପ୍ରଶଂସକଙ୍କ ନିକଟତର ହେଉଛନ୍ତି । ଆଉ ଏବେ ସେ ଯେଉଁ ଫଟୋଟି ପୋଷ୍ଟ କରିଛନ୍ତି ତାହା ଏକ ସେଲ୍ଫି । କାର୍ ସେଲ୍ଫି ଫଟୋ ପୋଷ୍ଟ କରିବା ପରେ ଏହା ଏବେ ଭାଇରାଲ ହୋଇଛି । ଏହି କାରଫି ଫଟୋ ସହ ପ୍ରିୟଙ୍କା କ୍ୟାପଶନରେ ଲେଖିଛନ୍ତି କେବେଠାରୁ କାର୍ ସେଲ୍ଫି ନେଇ ପାରି ନ ଥିଲି । ଏବେ ସିଟାଡେଲ ସେଟ୍‌ରୁ । ପିସିଙ୍କ ଏହି ଫଟୋ ଦେଖି ତାଙ୍କ ସ୍ୱାମୀ ନିକ୍ ଜୋନସ୍ ହାର୍ଟ ଇମୋଜି ସହ କମେଣ୍ଟ କରିଛନ୍ତି । ଅସଲରେ ପ୍ରିୟଙ୍କା ଓ ନିକଙ୍କ ପ୍ରେମ ସମ୍ପର୍କ ଖୁବ୍ ନିବିଡ ବୋଲି ଚର୍ଚ୍ଚା ହୋଇଥାଏ । ଉଭୟ ପରସ୍ପରକୁ ଖୁବ୍ ଭଲ ପାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri