‘ନିକ ଜୋନାସଙ୍କ ସ୍ତ୍ରୀ’ କହିବାରୁ ପ୍ରବଳ ରାଗିଗଲେ ପ୍ରିୟଙ୍କା

ସୋସିଆଲ ମିଡିଆରୁ ତାଙ୍କ ସ୍ବାମୀ ନିକ ଜୋନାସଙ୍କ ସରନେମ୍‌କୁ ହଟାଇ ଦେଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ପୁଣି ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ‘ନିକ ଜୋନାସଙ୍କ ସ୍ତ୍ରୀ’ କୁହାଯାଉଥିବାରୁ ସେ ରାଗିଯାଇଛନ୍ତି। ସେ ଇନଷ୍ଟାଗ୍ରାମରେ କିଛି ନ୍ୟୁଜ ସ୍କ୍ରିନସଟ ଶେୟାର କରିଛନ୍ତି,ଯେଉଁଥିରେ ତାଙ୍କୁ ‘ନିକ ଜୋନାସଙ୍କ ସ୍ତ୍ରୀ’ ବୋଲି ସମ୍ବୋଧିତ କରାଯାଇଥିଲା। ତାଙ୍କ ବାୟୋରେ ଆଇଡିଏମ୍‌ବି ଯୋଡିବା ଉଚିତ କି। ମହିଳାମାନଙ୍କୁ କିପରି ଏହିପରି ବ୍ୟବହାର କରାଯାଇପାରିବ ସେ ବିଷୟରେ ପ୍ରିୟଙ୍କା ପ୍ରଶ୍ନ କରିଛନ୍ତି।
ପ୍ରିୟଙ୍କା ଚୋପ୍ରାଙ୍କ ଦ୍ୱାରା ଶେୟାର ହୋଇଥିବା ସ୍କ୍ରିନସଟରେ ଲେଖଯାଇଛି, ନିକ ଜୋନାସଙ୍କ ସ୍ତ୍ରୀ ଗୁଡ ମର୍ନିଂ ଆମେରିକା ଶୋ’ରେ ମ୍ୟାଟ୍ରିକ୍ସ ଚଳଚ୍ଚିତ୍ରର ସହ-ତାରକା କିଆନୁ ରିଭସଙ୍କ ବିଷୟରେ କଥାବାର୍ତ୍ତା କରିଥିଲେ।ଏନେଇ ପ୍ରିୟଙ୍କା କହିଛନ୍ତି, ମୁଁ ଏପର୍ଯ୍ୟନ୍ତ ସବୁଠୁ ପ୍ରତିଷ୍ଠିତ ଚଳଚ୍ଚିତ୍ର ଫ୍ରାଞ୍ଚାଇଜ ପାଇଁ ପ୍ରଚାର କରୁଛି ଏବଂ ମୋତେ ଏବେ ବି ‘ନିକ ଜୋନାସଙ୍କ ସ୍ତ୍ରୀ’ ବୋଲି ଦର୍ଶାଯାଉଛି।
ଭାରତୀୟ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ମୋଷ୍ଟ ଆଡମିଟେଡ ମହିଳା -୨୦୨୧ ତାଲିକାରେ ସ୍ଥାନ ପାଇଛନ୍ତି। ଚଳିତ ବର୍ଷ ଶ୍ରେଷ୍ଠ ୧୦ ତାଲିକାରେ ସ୍ଥାନ ପାଇଥିବା ପ୍ରିୟଙ୍କା ହେଉଛନ୍ତି ଏକମାତ୍ର ଭାରତୀୟ ଅଭିନେତ୍ରୀ। ଗତ ବର୍ଷ ଏହି ତାଲିକାରେ ସେ ୧୫ ନମ୍ବରରେ ଥିଲେ। କିନ୍ତୁ ତାଙ୍କର ର଼୍ୟାଙ୍କିଙ୍ଗ ବୃଦ୍ଧି କରି ସେ ଚଳିତ ବର୍ଷ ଦଶମ ସ୍ଥାନ ହାସଲ କରିଛନ୍ତି। ଏହି ସର୍ଭେରେ ୩୮ ଟି ଦେଶରୁ ମୋଟ ୪୨,୦୦୦ ଲୋକ ସାମିଲ ହୋଇଥିଲେ।
ନିକଙ୍କୁ ବିବାହ କରିବା ପରେ ପ୍ରିୟଙ୍କା ସୋସିଆଲ ମିଡିଆରେ ପ୍ରିୟଙ୍କା ଚୋପ୍ରାରୁ ପ୍ରିୟଙ୍କା ଚୋପ୍ରା ଜୋନାସଙ୍କ ନାମ ପରିବର୍ତ୍ତନ କରିଥିଲେ। କିନ୍ତୁ ନିକଟରେ ପ୍ରିୟଙ୍କା ଚୋପ୍ରା ତାଙ୍କ ଇନଷ୍ଟାଗ୍ରାମ ବାୟୋରୁ ସ୍ବାମୀ ନିକ ଜୋନାସଙ୍କ ସରନେମ୍‌ ହଟାଇ ଦେଇଛନ୍ତି, ଏହା ପରେ ପ୍ରିୟଙ୍କା ଏବଂ ନିକଙ୍କ ଛାଡପତ୍ରକ୍‌ୁ ନେଇ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri