ଗୋଟିଏ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ପ୍ରିୟଙ୍କା ଚୋପ୍ରା ଏବେ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଏକ ଜଣାଶୁଣା ନାମ। ପ୍ରିୟଙ୍କା ନିଜ କାର୍ଯ୍ୟ ଦ୍ୱାରା ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଛନ୍ତ। ତାଙ୍କ ଚଳଚ୍ଚିତ୍ର ଏବଂ ବିଜ୍ଞାପନ ସହିତ ପ୍ରିୟଙ୍କା ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ ମଧ୍ୟ ବହୁତ ରୋଜଗାର କରନ୍ତି। ସମ୍ପ୍ରତି ଇନଷ୍ଟାଗ୍ରାମର ରିଚ ଲିଷ୍ଟ ୨୦୨୧ ରିଲିଜ ହୋଇଛି। ଏହି ତାଲିକାରେ ୨ ଭାରତୀୟ ତାରକା ସ୍ଥାନ ପାଇଛନ୍ତି। ଏହି ଦୁଇ ତାରକାଙ୍କ ମଧ୍ୟରେ ବଲିଉଡ ଏବଂ ହଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବଂ କ୍ରିକେଟର ବିରାଟ କୋହଲିଙ୍କ ନାମ ରହିଛି। ମନୋରଞ୍ଜନ ଜଗତରୁ ଏହି ତାଲିକାରେ କେବଳ ପ୍ରିୟଙ୍କା ଚୋପ୍ରା ସ୍ଥାନ ପାଇଛନ୍ତି। ହପର୍‌ ଇନଷ୍ଟାଗ୍ରାମ ରିଚ ଲିଷ୍ଟ ୨୦୨୧ ଅନୁଯାୟୀ ପ୍ରିୟଙ୍କା ୨୭ତମ ସ୍ଥାନ ହାସଲ କରିଛନ୍ତ। ଏଥି ସହିତ ବିରାଟ କୋହଲି ଏହି ତାଲିକାରେ ପ୍ରିୟଙ୍କା ଚୋପ୍ରାଙ୍କଠାରୁ ଆଗରେ ରହିଛନ୍ତି। ପ୍ରିୟଙ୍କାଙ୍କର ଇନଷ୍ଟାଗ୍ରାମରେ୬୪ ମିଲିୟନ ଅନୁସରଣକାରୀ ଅଛନ୍ତି । ଖବର ଅନୁଯାୟୀ, ସେ ତାଙ୍କର ଗୋଟିଏ ପୋଷ୍ଟ ପାଇଁ ତିନି କୋଟି ଟଙ୍କା ଆଦାୟ କରନ୍ତି।
ଏଥି ସହିତ ପ୍ରିୟଙ୍କା ଚୋପ୍ରାଙ୍କୁ ଛାଡି ବିରାଟ କୋହଲି ତାଲିକାରେ ୧୯ ତମ ସ୍ଥାନ ଅଧିକାର କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ବିରାଟ କୋହଲିଙ୍କ ୧୩୨ ନିୟୁତ ଅନୁସରଣକାରୀ ଅଛନ୍ତି ଏବଂ ଗୋଟିଏ ପୋଷ୍ଟ ପାଇଁ ୫ କୋଟି ଟଙ୍କା ରୋଜଗାର କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri