ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର ସ୍ବର୍ଣ୍ଣ ମନ୍ଦିର (Golden Temple) ପରିଦର୍ଶନ କରିବା ସହ ସେଠାରେ ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ପ୍ରିୟଙ୍କା ଏକ ସାଧାରଣ ଗୋଲାପି ରଙ୍ଗର ସୁଟ ପିନ୍ଧି ଏବଂ ମୁଣ୍ଡରେ ଓଢ଼ଣି ଦେଇ ମନ୍ଦିର ପରିସରରେ ବାସନ ମାଜୁଥିବାର ଦେଖିବାକୁ ମିଳିଛି। ଶିଖ୍‌ ପରମ୍ପରାରେ ‘ସେବା’ର ବିଶେଷ ଗୁରୁତ୍ୱ ରହିଛି, ଯେଉଁଠାରେ ପ୍ରତିଟି ବ୍ୟକ୍ତି ବିନା କୌଣସି ଭେଦଭାବରେ ଯୋଗଦାନ ଦିଅନ୍ତି। ପ୍ରିୟଙ୍କାଙ୍କର ଏହି ସାଧାରଣ ରୂପ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି। ମହାବୀର ଜୟନ୍ତୀ ଅବସରରେ ସେ ଏହି ସେବା କରିଥିବାରୁ ଏହାର ଧାର୍ମିକ ଗୁରୁତ୍ୱ ଆହୁରି ବଢ଼ିଯାଇଛି।

 

View this post on Instagram

 

A post shared by Patty Cardona (@jerryxmimi)

ପ୍ରିୟଙ୍କାଙ୍କର ଏହି ଗସ୍ତକୁ ତାଙ୍କର ଆଗାମୀ ବଡ଼ ପ୍ରୋଜେକ୍ଟ ‘ବାରାଣସୀ’ସହ ଯୋଡ଼ି ଦେଖାଯାଉଛି। ରିପୋର୍ଟ ଅନୁସାରେ, ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ଏସ.ଏସ. ରାଜାମୌଲିସମ୍ଭାଳିଛନ୍ତି। ଏହି ଫିଲ୍ମରେ ପ୍ରିୟଙ୍କାଙ୍କ ସହ ସାଉଥ ସୁପରଷ୍ଟାର୍‌ ମହେଶ ବାବୁଏବଂ ପୃଥ୍ବୀରାଜ ସୁକୁମାରନ ମଧ୍ୟ ନଜର ଆସିବେ। ପ୍ରିୟଙ୍କା ଏଥିରେ ’ମନ୍ଦାକିନୀ’ ଚରିତ୍ରରେ ଅଭିନୟ କରୁଛନ୍ତି, ଯାହା ମାଧ୍ୟମରେ ସେ ଦୀର୍ଘ ସମୟ ପରେ ଭାରତୀୟ ସିନେମାକୁ ଫେରୁଛନ୍ତି।

ଫିଲ୍ମ ’ବାରାଣସୀ’ର ଟିଜର୍‌ ଏବେ ଇଣ୍ଟରନେଟରେ ହଇଚଇ ସୃଷ୍ଟି କରିଛି। ଟିଜ୍‌ରରୁ ଜଣାପଡ଼ୁଛି ଯେ ଏହି କାହାଣୀ ଏକ ବଡ଼ ଧରଣର ବିପତ୍ତି ଉପରେ ଆଧାରିତ, ଯେଉଁଥିରେ ’ସାମ୍ଭବୀ’ ନାମକ ଏକ ଗ୍ରହାଣୁ (Asteroid) ପୃଥିବୀ ସହିତ ଧକ୍କା ହେବାର ଦୃଶ୍ୟ ରହିଛି।

ଟିଜର୍‌ ଶେଷରେ ମହେଶ ବାବୁ ବଳଦ ଉପରେ ବସି ହାତରେ ତ୍ରିଶୂଳ ଧରିଥିବାର ଏକ ଦମଦାର ଲୁକ ଦେଖିବାକୁ ମିଳିଛି। ଏହି ମେଗା ବଜେଟ ଫିଲ୍ମ ୭ ଏପ୍ରିଲ ୨୦୨୭ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?