‘ଟେକ୍ସଟ ଫର ୟୁ’ର ଶୁଟିଂ ଶେଷ କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଖୁବ୍ ଚର୍ଚ୍ଚାରେ । କେବଳ ବଲିଉଡ୍ ନୁହେଁ ହଲିଉଡ୍‌ରେ ବି ପ୍ରିୟଙ୍କା ନିଜ ପାଇଁ ତିଆରି କରି ସାରିଛନ୍ତି ଏକ ଭିନ୍ନ ପରିଚୟ । ଏବେ ପିସି ଲଣ୍ଡନରେ ରହୁଛନ୍ତି । ସେଠାରେ ସେ ହଲିଉଡ୍ ମୁଭି ‘ଟେକ୍ସଟ ଫର ୟୁ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି । ଇତିମଧ୍ୟରେ ଫିଲ୍ମର ଶୁଟିଂ ଶେଷ ହୋଇଥିବା ନିଜେ ପ୍ରିୟଙ୍କା ଜଣାଇଛନ୍ତି । ସୋସିଆଲ ମିଡିଆରେ ସେ ଫିଲ୍ମର ଫଟୋ ଶେୟାର କରିବା ସହ ସମସ୍ତ ଟିମ୍ ମେମ୍ବରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ଫିଲ୍ମର ନିର୍ଦ୍ଦେଶକ ରମିନ ବହରାନି ଥିବା ବେଳେ ଏହାର କାହାଣୀ ଏହି ନାମରେ ପରିଚିତ ଉପନ୍ୟାସର କାହାଣୀ ଉପରେ ଆଧାରିତ । ଏହାର ପ୍ରିମିୟର ୨୨ ଜାନୁୟାରୀରେ ନେଟଫ୍ଲିକ୍ସରେ ହେବ ବୋଲି ଜଣାପଡିଛି । ତେବେ ଫିଲ୍ମର ଶୁଟିଂ ସମୟରେ କରୋନାକୁ ଦୃଷ୍ଟିରେ ରଖି ପ୍ରତିଦିନ ସମସ୍ତ ମେମ୍ବରଙ୍କର କରୋନା ଟେଷ୍ଟ କରାଯାଉଥିବା ପୂର୍ବରୁ ପିସି କହିଥିଲେ । ଏବେ ପିସି ତାଙ୍କ ଆଗାମୀ ଫିଲ୍ମ ‘ଦ ହ୍ୱାଇଟ ଟାଇଗର’ ରିଲିଜ ପାଇଁ ପ୍ରସ୍ତୁତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri