Posted inଜାତୀୟ

ପ୍ରିୟଙ୍କାଙ୍କ ସପକ୍ଷରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୫।୧୦: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ବିନା କୌଣସି ନିର୍ଦ୍ଦେଶରେ ଗିରଫ କରାଯିବା ଅସମ୍ବିଧାନିକ। ଏଭଳି କହି ଉତ୍ତରପ୍ରଦେଶରେ ରାଜନେତାଙ୍କୁ ଅଟକ ରଖାଯିବାକୁ ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ମଦନ ଲୋକୁର।

”ପ୍ରିୟଙ୍କାଙ୍କୁ ଗିରଫ କରାଯାଇ ଘରେ ଅଟକ ରଖାଯାଇଛି। ଜଣଙ୍କୁ ଗିରଫ କରାଯିବା ପରେ ଥାନା କିମ୍ବା ଜେଲରେ ପୋଲିସ ହେପାଜତରେ ରଖାଯିବା କଥା। ବର୍ତ୍ତମାନ ତାଙ୍କୁ ରେଷ୍ଟ ହାଉସରେ ରଖାଯାଇଛି। ତାହାକୁ ଜେଲ କିମ୍ବା ସବ୍‌ ଜେଲ ଘୋଷଣା କରାଯିବା କଥା, ଯାହାକି ଏପର୍ଯ୍ୟନ୍ତ କରାଯାଇ ନାହିଁ। ଏଣୁ ତାଙ୍କୁ ବେଆଇନ ସ୍ଥାନରେ ରଖାଯାଇଛି“ ବୋଲି ପୂର୍ବତନ ବିଚାରପତି କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଲଖିମପୁର ଖେରି ଜିଲାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହେବା ପରେ ସିତାପୁର ଦେଇ ଘଟଣାସ୍ଥଳକୁ ଯାଉଥିବା ପ୍ରିୟଙ୍କାଙ୍କୁ ସୋମବାର ୟୁପି ପୋଲିସ ଗିରଫ କରିଥିଲା।

ଲଖିମପୁର ଖେରିରେ ଆନ୍ଦୋଳନକାରୀ ଚାଷୀଙ୍କ ଉପରେ ଏସ୍‌ୟୁଭି ମାଡ଼ିଯିବା ଘଟଣାର ସବିଶେଷ ତଦନ୍ତ ହେବା ଦରକାର। ଏହା ଏକ ସରଳ ହତ୍ୟା ମାମଲା। ହତ୍ୟା ମାମଲାରେ ପୋଲିସର ପ୍ରଥମ କାର୍ଯ୍ୟ ହେଲା ଅଭିଯୁକ୍ତଙ୍କୁ ଗିରଫ କରିବା। ଏଣୁ ଏବେ ତୁରନ୍ତ ପଦକ୍ଷେପ ନିଆଯିବା ଦରକାର। ୪୮ ଘଣ୍ଟା ଖୁବ୍‌ ଲମ୍ବା ସମୟ ବୋଲି ପୂର୍ବତନ ଜଷ୍ଟିସ ଲୋକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri