Posted inଜାତୀୟ

ପ୍ରିୟଙ୍କାଙ୍କ ସପକ୍ଷରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୫।୧୦: କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ବିନା କୌଣସି ନିର୍ଦ୍ଦେଶରେ ଗିରଫ କରାଯିବା ଅସମ୍ବିଧାନିକ। ଏଭଳି କହି ଉତ୍ତରପ୍ରଦେଶରେ ରାଜନେତାଙ୍କୁ ଅଟକ ରଖାଯିବାକୁ ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ମଦନ ଲୋକୁର।

”ପ୍ରିୟଙ୍କାଙ୍କୁ ଗିରଫ କରାଯାଇ ଘରେ ଅଟକ ରଖାଯାଇଛି। ଜଣଙ୍କୁ ଗିରଫ କରାଯିବା ପରେ ଥାନା କିମ୍ବା ଜେଲରେ ପୋଲିସ ହେପାଜତରେ ରଖାଯିବା କଥା। ବର୍ତ୍ତମାନ ତାଙ୍କୁ ରେଷ୍ଟ ହାଉସରେ ରଖାଯାଇଛି। ତାହାକୁ ଜେଲ କିମ୍ବା ସବ୍‌ ଜେଲ ଘୋଷଣା କରାଯିବା କଥା, ଯାହାକି ଏପର୍ଯ୍ୟନ୍ତ କରାଯାଇ ନାହିଁ। ଏଣୁ ତାଙ୍କୁ ବେଆଇନ ସ୍ଥାନରେ ରଖାଯାଇଛି“ ବୋଲି ପୂର୍ବତନ ବିଚାରପତି କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଲଖିମପୁର ଖେରି ଜିଲାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହେବା ପରେ ସିତାପୁର ଦେଇ ଘଟଣାସ୍ଥଳକୁ ଯାଉଥିବା ପ୍ରିୟଙ୍କାଙ୍କୁ ସୋମବାର ୟୁପି ପୋଲିସ ଗିରଫ କରିଥିଲା।

ଲଖିମପୁର ଖେରିରେ ଆନ୍ଦୋଳନକାରୀ ଚାଷୀଙ୍କ ଉପରେ ଏସ୍‌ୟୁଭି ମାଡ଼ିଯିବା ଘଟଣାର ସବିଶେଷ ତଦନ୍ତ ହେବା ଦରକାର। ଏହା ଏକ ସରଳ ହତ୍ୟା ମାମଲା। ହତ୍ୟା ମାମଲାରେ ପୋଲିସର ପ୍ରଥମ କାର୍ଯ୍ୟ ହେଲା ଅଭିଯୁକ୍ତଙ୍କୁ ଗିରଫ କରିବା। ଏଣୁ ଏବେ ତୁରନ୍ତ ପଦକ୍ଷେପ ନିଆଯିବା ଦରକାର। ୪୮ ଘଣ୍ଟା ଖୁବ୍‌ ଲମ୍ବା ସମୟ ବୋଲି ପୂର୍ବତନ ଜଷ୍ଟିସ ଲୋକୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?