Posted inଜାତୀୟ

ଡ୍ୟାନ୍ସ ଭିଡିଓ ଶେୟାର କରି ପ୍ରିୟଙ୍କାଙ୍କୁ ଟାର୍ଗେଟ କଲେ ଅମିତ ମାଳବିୟ, ଜନତା ଶେୟାର କଲେ ସିନ୍ଧିଆଙ୍କ ଫଟୋ

ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କର ହେଲିକପ୍ଟର ଦୁର୍ଘଟଣା ଜନିତ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଥିଲା । ଶୁକ୍ରବାର ରାୱତ ଦମ୍ପତିଙ୍କ ଶେଷକୃତ୍ୟ ସେନା ସମ୍ମାନ ସହ ଶେଷ କରାଯାଇଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ପ୍ରିୟଙ୍କା ଗାନ୍ଧୀ ଗୋଆର ପାରମ୍ପରିକ ଡ୍ୟାନ୍ସ କରୁଥିବା ନଜର ଆସିଛି । ଏହି ଭିଡିଓକୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଆଇଟି ମୁଖ୍ୟ ଅମିତ ମାଲବିୟ ଶେୟାର କରି ପ୍ରିୟଙ୍କାଙ୍କୁ ଟାର୍ଗେଟ କରିଛନ୍ତି । ଏହାର ଗୋଟିଏ ଦିନ ପୂର୍ବରୁ ହିଁ ଲୋକେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କର କିଛି ଫଟୋ ଶେୟାର କରିଥିଲେ । ଯେଉଁଥିରେ ସେ ଗ୍ୱାଲିୟର ଷ୍ଟାଡିୟମରେ ଚୌକା-ଛକା ମାରୁଥିବା ଦେଖାଯାଇଥିଲା ।
ପ୍ରିୟଙ୍କାଙ୍କ ଭିଡିଓ ଶେୟାର କରି ମାଲବିୟ ଲେଖିଛନ୍ତି ଯେତେବେଳେ ୨୬/୧୧ ଆତଙ୍କବାଦୀ ଆକ୍ରମଣ ହୋଇଥିଲା ସେତେବେଳେ ରାହୁଲ ଗାନ୍ଧୀ ଭୋର ପର୍ଯ୍ୟନ୍ତ ପାର୍ଟି ମନାଉତିଲେ । ଏବେ ଭାଇଙ୍କ ଭଳି ଭଉଣୀ ବି ଗୋଆରେ ନାଚୁଛନ୍ତି । ଯେତେବେଳେ ସାରା ଦେଶ ସିଡିଏସ୍ ବିପିନ ରାୱତଙ୍କ ପରଲୋକରେ ଶୋକ ପ୍ରକାଶ କରୁଛି, ସେତେବେଳେ ପ୍ରିୟଙ୍କାଙ୍କ ଏଭଳି ଆଚରଣ, ଏହାଠାରୁ ଆଉ କିଛି ଲଜ୍ୟା ଜନକ ବିଷୟ ହୋଇପାରେ ବୋଲି ସେ ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri