Posted inଜାତୀୟ

ଗାଜାକୁ ନେଇ ଜାତିସଂଘରେ ମତଦାନରୁ ଦୂରରେ ରହିଲା ଭାରତ, ପ୍ରିୟଙ୍କା କହିଲେ-‘ଲଜ୍ଜାଜନକ’ 

ନୂଆଦିଲ୍ଲୀ,୨୮।୧୦: ଜାତିସଂଘରେ ହମାସ-ଇସ୍ରାଏଲ ଯୁଦ୍ଧକୁ ନେଇ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୧୨୦ ଦେଶ ସମର୍ଥନ କରିବା ପରେ ଶୁକ୍ରବାର ଏହା ବହୁମତରେ ପାରିତ ହୋଇଥିଲା। ହେଲେ ଭାରତ ଏହି ଭୋଟିଂରୁ ଦୂରରେ ରହିଥିଲା। ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି । ଭାରତ ଜାତିସଂଘରେ ମତଦାନ ନ କରିବା ଲଜ୍ଜାଜନକ ବୋଲି ସେ କହିଛନ୍ତି।
ଗାଜାରେ ଯୁଦ୍ଧବିରାମ ଆଣିବା ଲାଗି ଜାତିସଂଘରେ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୧୨୦ ଦେଶ ଏହାକୁ ସମର୍ଥନ କରିଥିବା ବେଳେ ଭାରତ ସମେତ ୪୫ ଦେଶ ମତଦାନଠାରୁ ଦୂରରେ ରହିଥିଲେ। ତେବେ ପ୍ରସ୍ତାବରେ ଆତଙ୍କବାଦୀ ସଂଗଠନ ହମାସକୁ ନେଇ କିଛି କୁହାଯାଇ ନ ଥିବାରୁ ଭାରତ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।
ତେବେ ଭାରତର ଏଭଳି ନିଷ୍ପତ୍ତିକୁ ନେଇ ପ୍ରିୟଙ୍କା କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କାହାର ସମର୍ଥନ ନ କରିବା ଏବଂ ଚୁପ୍‌ଚାପ ଦେଖିବା ଶୁଭଙ୍କର ନୁହେଁ। କାରଣ ମାନବିକତା ସମସ୍ତ ଆଇନର ଉର୍ଦ୍ଧ୍ୱରେ। ଲକ୍ଷ ଲକ୍ଷ ଲୋକ ଖାଦ୍ୟପେୟର ଅଭାବ, ଚିକିତ୍ସାରେ ଅସୁବିଧା, ଯୋଗାଯୋଗ ବିଚ୍ଛିନ୍ନ, ବିଜୁଳି କାଟ୍‌ ଆଦି ସମସ୍ୟା ଦେଇ ଗତି କରୁଛନ୍ତି। ପାଲେଷ୍ଟାଇନ୍‌ରେ ହଜାର ହଜାର ପୁରୁଷ, ମହିଳା ଏବଂ ଶିଶୁଙ୍କ ହତ୍ୟା କରାଯାଉଛି। ଏକ ରାଷ୍ଟ୍ର ଭାବେ ଆମ ଦେଶ ସର୍ବଦା ଏସବୁ ବିଷୟକୁ ବିରୋଧ କରି ଆସିଛି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅକ୍ଟୋବର ୭ରେ ହମାସ ଦ୍ୱାରା କରାଯାଇଥିବା ଅଚାନକ ଆକ୍ରମଣ ପରେ ଇସ୍ରାଏଲ ସେନା ଜବାବ ଦେଉଛି। ଏଯାବତ ଗାଜାରେ ୭୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିଭଳି ଇସ୍ରାଏଲର ମଧ୍ୟ ୧୪୦୦ ଲୋକ ପ୍ରାଣ ହରାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri