ବଜେଟ୍‌କୁ ନେଇ ଏହି ବଡ଼ କଥା କହିଦେଲେ ପ୍ରିୟଙ୍କା ଗାନ୍ଧୀ, ମୋର କୌଣସି…

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ଅର୍ଥାତ୍‌ ଫେବୃଆରୀ ୧ରେ ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଲଗାତର ୯ମ ବଜେଟ୍‌। ତେବେ ଏହି ବଜେଟ୍‌କୁ ନେଇ ରାଜନୈତିକ ମହଲରୁ ମଧ୍ୟ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏକ ଆଶ୍ଚର୍ଯ୍ୟକର ବୟାନ ଦେଇଛନ୍ତି। ପ୍ରିୟଙ୍କା କହିଛନ୍ତି, ତାଙ୍କର ଏହି ବଜେଟ୍‌ଠାରୁ କୌଣସି ଅଧିକ ଆଶା ନାହିଁ।

ସେହିପରି କଂଗ୍ରେସ ଏମ୍‌ପି ଶଶି ଥରୁର କହିଛନ୍ତି, ଅର୍ଥନୈତିକ ସର୍ଭେ ଭଲ ଆର୍ଥିକ ଅଭିବୃଦ୍ଧି ପ୍ରୋଜେକ୍ଟ କରେ, କିନ୍ତୁ ପ୍ରକୃତ ପ୍ରଶ୍ନ ହେଉଛି ଏହି ଅଭିବୃଦ୍ଧି ନିଯୁକ୍ତି ସୃଷ୍ଟି ସହିତ ହେବ କି ନାହିଁ। ସେ କହିଛନ୍ତି, ନିଯୁକ୍ତି ବିନା ଅଭିବୃଦ୍ଧି କାହାକୁ ଲାଭ ଦିଏ ନାହିଁ। ସେ ଜୋର ଦେଇ କହିଛନ୍ତି, ଦେଶର ଯୁବପିଢ଼ିଙ୍କ ପାଇଁ ଅଧିକ ନିଯୁକ୍ତି ସୃଷ୍ଟି କରିବା ପାଇଁ ସରକାରଙ୍କ ଯୋଜନା ଗୁରୁତ୍ୱପୂର୍ଣ୍ଣ ହେବ। ସେ ଏହା ମଧ୍ୟ କହିଛନ୍ତି, କେରଳରେ ନିର୍ବାଚନ ଆସୁଛି, ସମସ୍ତେ ଦେଖୁଛନ୍ତି କେନ୍ଦ୍ର ସରକାର ସେଠାରେ କ’ଣ ଲାଭ ଦେଉଛନ୍ତି।

ସେହିପରି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏହି ସମୟରେ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଯେଉଁ ସରକାରଙ୍କଠାରୁ କୌଣସି ଆଶା ନାହିଁ, ସେହି ସରକାରଙ୍କ ବଜେଟ୍‌ରୁ କ’ଣ ଆଶା କରାଯାଇପାରିବ? ସେ କହିଛନ୍ତି, ଏହି ବଜେଟ୍‌ କେବଳ ୫ ପ୍ରତିଶତ ଜନସଂଖ୍ୟା ପାଇଁ ତିଆରି କରାଯାଇଛି। ସରକାର ଏହାର ଘୋଷଣାପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି କି ନାହିଁ।

ଏମ୍‌ପି ମନୀଷ ତିଓ୍ବାରୀ କହିଛନ୍ତି, ଭାରତୀୟ ଅର୍ଥନୀତି ବହୁତ ଗମ୍ଭୀର ଏବଂ ସମ୍ବେଦନଶୀଳ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି। ଗତ ଦଶନ୍ଧି ଧରି ନାମମାତ୍ର GDP ହ୍ରାସ ପାଉଛି। ଘରୋଇ ନିବେଶ ହ୍ରାସ ପାଉଛି। GDA ଆସୁନାହିଁ। ଆମେ ଆଶା କରୁଛୁ, ଅର୍ଥମନ୍ତ୍ରୀ ଏହାକୁ ସ୍ବୀକାର କରିବେ ଏବଂ ଏକ ରୋଡମ୍ୟାପ୍‌ ପ୍ରସ୍ତୁତ କରିବେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri