Posted inଜାତୀୟ

କାସଗଞ୍ଜ ହାଜତ ମୃତ୍ୟୁ ମାମଲାକୁ ନେଇ ତେଜୁଛି ରାଜନୀତି: ପୀଡ଼ିତ ପରିବାରକୁ ଭେଟି ପାରନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୧୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ସରଗରମ ହେଉଛି ରାଜନୀତି । କାସଗଞ୍ଜ ମାମଲାକୁ ନେଇ ଏବେ ରାଜନୀତି ପୁଣିଥରେ ତେଜିଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତଥା ଉତ୍ତର ପ୍ରଦେଶ କଂଗ୍ରେସ ପ୍ରଭାରୀ ଗୁରୁବାର କାସଗଞ୍ଜ ଯାତ୍ରା କରିପାରନ୍ତି ବୋଲି ଜଣାପଡିଛି । ଏପଟେ କାସଗଞ୍ଜ ମାମଲାକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଉତ୍ତର ପ୍ରଦେଶରେ ମାନବାଧିକାର ବୋଲି କିଛି ନାହିଁ । ପ୍ରିୟଙ୍କା କହିଛନ୍ତି ଉତ୍ତର ପ୍ରଦେଶରେ ଆଇନ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡିଛି । ପୋଲିସ କଷ୍ଟଡିରେ ମୃତୁୃ ଘଟଣା ସ୍ପଷ୍ଟ କରୁଛି କି ଏଠାରେ ରକ୍ଷକ ଭକ୍ଷକ ସାଜି ସାରିଛନ୍ତି । ତେଣୁ ରାଜ୍ୟରେ କେହି ବି ସୁରକ୍ଷିତ ନୁହେଁ ବୋଲି ପ୍ରିୟଙ୍କା କହିଛନ୍ତି । ସୂଚନଯୋଗ୍ୟ, ମଙ୍ଗଳବାର କାସଗଞ୍ଜ ପୋଲିସ ଜଣେ ୨୨ ବର୍ଷିୟ ଯୁବକଙ୍କୁ ପଚରା ଉଚରା ପାଇଁ ନେଇଥିଲା । ଯୁବକ ଜଣକ ପୋଲିସ ହାଜତରେ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ପୋଲିସ ଏହାକୁ ଅତ୍ମହତ୍ୟା କହୁଥିବା ବେଳେ ଯୁବକଙ୍କ ପରିବାର କିନ୍ତୁ ଅଭିଯୋଗ ଆଣିଛନ୍ତି କି ପିଟି ପିଟି ତାଙ୍କୁ ମାରି ଦିଆଯାଇଛି । ଏବେ ଏହାକୁ ନେଇ ଉତ୍ତର ପ୍ରଦେଶ ରାଜନୀତି ହୋଇଛି ସରଗରମ । ତେବେ ଯୁବକଙ୍କ ମୃତ୍ୟୁ କେମିତି ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri