Posted inଜାତୀୟ

ବିହାର ନିର୍ବାଚନ ପରେ ପୁଣି ଏକାଠି ହେଲେ ପ୍ରିୟଙ୍କା ଗାନ୍ଧୀ, ପ୍ରଶାନ୍ତ କିଶୋର! ହେଲା ଦୀର୍ଘ ସମୟ ଆଲୋଚନା

ନୂଆଦିଲ୍ଲୀ,୧୫।୧୨: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସ ଏବଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ନୂଆ ଦଳ ‘ଜନ ସୁରାଜ’ର ଶୋଚନୀୟ ପରାଜୟ ପରେ ଏବେ ଏକ ବଡ଼ ରାଜନୈତିକ ଖବର ସାମ୍ନାକୁ ଆସିଛି। ସୂତ୍ରରୁ ମିଳିଥିବା ଖବର ଅନୁସାରେ, ଗତ ସପ୍ତାହରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କ ବାସଭବନରେ ପ୍ରଶାନ୍ତ କିଶୋର (ପିକେ)ଙ୍କୁ ଭେଟି ଦୀର୍ଘ ସମୟ ଧରି ଆଲୋଚନା କରିଛନ୍ତି।

ବିହାର ନିର୍ବାଚନରେ କଂଗ୍ରେସ ୬୧ଟି ଆସନରୁ ମାତ୍ର ୬ଟି ଜିତିଥିବା ବେଳେ ପ୍ରଶାନ୍ତ କିଶୋରଙ୍କ ‘ଜନ ସୁରାଜ’ ୨୩୮ଟି ଆସନରେ ଲଢ଼ି ଗୋଟିଏ ବି ସିଟ୍ ଜିତି ପାରିନଥିଲା। ଉଭୟଙ୍କ ଏହି ଖରାପ ପ୍ରଦର୍ଶନ ପରେ ଭେଟଘାଟ କରିବା ଏବେ କଂଗ୍ରେସ ଓ ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ପୁଣି ସମ୍ପର୍କ ଯୋଡ଼ି ହେବାର ସମ୍ଭାବନାକୁ ନେଇ ଚର୍ଚ୍ଚା ସୃଷ୍ଟି କରିଛି। କାରଣ କଂଗ୍ରେସ ନିର୍ବାଚନରେ ବିଜେପିକୁ ଚ୍ୟାଲେଞ୍ଜ ଦେବାରେ ଅସମର୍ଥ ହେଉଥିବା ବେଳେ ପିକେଙ୍କର ବିଜୟ ଦେବାର ରେକର୍ଡ ରହିଛି।

ଏହି ଭେଟଘାଟ ବିଷୟରେ ପଚରାଯିବାରୁ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି, “ମୁଁ କାହାକୁ ଭେଟୁଛି କିମ୍ବା କାହାକୁ ନାହିଁ, ସେଥିରେ କାହାର ଆଗ୍ରହ ନାହିଁ।” ଅନ୍ୟପକ୍ଷରେ ପ୍ରଶାନ୍ତ କିଶୋର (ପିକେ) ଏହି ସାକ୍ଷାତକୁ ସମ୍ପୂର୍ଣ୍ଣ ରୂପେ ଅସ୍ୱୀକାର କରିଛନ୍ତି।

୨୦୨୨ ଏପ୍ରିଲରେ ପିକେ କଂଗ୍ରେସରେ ଯୋଗ ଦେବା ନେଇ ସୋନିଆ, ପ୍ରିୟଙ୍କା ଓ ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା କରିଥିଲେ। ପ୍ରିୟଙ୍କା ତାଙ୍କୁ ସ୍ୱାଧୀନତା ଦେବା ସପକ୍ଷରେ ଥିଲେ ମଧ୍ୟ କଂଗ୍ରେସର ବରିଷ୍ଠ ନେତା ଏବଂ ରାହୁଲ ଗାନ୍ଧୀ ତାଙ୍କ ସର୍ତ୍ତରେ ରାଜି ହୋଇନଥିଲେ। ଏହାପରେ ପିକେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ।

ସୂତ୍ର ଅନୁଯାୟୀ, ଉଭୟ ପକ୍ଷ ବିହାରରେ ଖରାପ ପ୍ରଦର୍ଶନ କରିବା ପରେ ୨୦୨୬ରେ ତାମିଲନାଡୁ, ବଙ୍ଗଳା ଏବଂ ଆସାମ ଏବଂ ୨୦୨୭ ୟୁପି ନିର୍ବାଚନ ପାଇଁ ପୁଣିଥରେ ସମ୍ପର୍କକୁ ଦେଖିବାକୁ ଚାହୁଁଛନ୍ତି। ୨୦୨୯ ଲୋକସଭା ନିର୍ବାଚନ ପୂର୍ବରୁ ଏହି ଭେଟଘାଟକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?