Posted inଜାତୀୟ

‘ଇତିହାସରେ ସବୁଠାରୁ ଲଜ୍ଜାଜନକ ଘଟଣା’ ଏମ୍‌ପିଙ୍କ ନିଲମ୍ବନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୧୨: ସଂସଦର ଶୀତକାଳୀନ ଅଧିବେଶନରେ ସୋମବାର ଉତ୍ତେଜନା ଯୋଗୁ ଗୃହକାର୍ଯ୍ୟ ଚାଲିପାରିନାହିଁ। ଲୋକ ସଭା ଏବଂ ରାଜ୍ୟ ସଭାରେ ବିରୋଧୀଦଳ ସଦସ୍ୟମାନେ ସଂସଦର ସୁରକ୍ଷା ଅଭାବ ମାମଲାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କଠାରୁ ବିବୃତ୍ତି ଦାବି କରିଛନ୍ତି। ଗୃହରେ ବିଶୃଙ୍ଖଳା କରୁଥିବା ଅଭିଯୋଗରେ ଲୋକ ସଭା ଓ ରାଜ୍ୟ ସଭାର ମୋଟ ୯୨ ଏମ୍‌ପିଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରାଯାଇଛି। ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଉପରେ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିଜର ପ୍ରତିକ୍ରିୟା ଦେଇଛନ୍ତି।

କଂଗ୍ରେସ ନେତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ସଂସଦର ସୁରକ୍ଷାରେ ବିପଜ୍ଜନକ ତ୍ରୁଟି ହୋଇଛି। ଏହି ଅବହେଳାର ଉତ୍ତର ମାଗୁଥିବା ୯୨ ବିରୋଧୀ ଏମ୍‌ପିଙ୍କୁ ଏକଛତ୍ରବାଦୀ ସରକାର ନିଲମ୍ବିତ କରିଛନ୍ତି। ସଂସଦର ସୁରକ୍ଷା ସୁନିଶ୍ଚିତ କରିପାରି ନ ଥିବା ସରକାର ଗଣତନ୍ତ୍ରକୁ କ୍ଷୁର୍ଣ୍ଣ କରିଛନ୍ତି।

ପ୍ରିୟଙ୍କା ଆହୁରି କହିଛନ୍ତି , ଏକ ପ୍ରକାରେ ସମସ୍ତ ବିରୋଧୀଙ୍କୁ ସଂସଦରୁ ବାହାର କରିଦିଆଯାଇଛି।  ଭାରତୀୟ ଗଣତନ୍ତ୍ର ଉପରେ ଇତିହାସରେ ଏହା ସବୁଠାରୁ ଲଜ୍ଜାଜନକ ଆକ୍ରମଣ। ଦେଶବାସୀ ଦେଖୁଛନ୍ତି କି ଯେଉଁ ଗଣତନ୍ତ୍ରକୁ ଲକ୍ଷ ଲକ୍ଷ ବଳିଦାନ ଆଧାରରେ ହାସଲ କରାଯାଇଥିଲା, ତାକୁ କିପରି କ୍ଷୁର୍ଣ୍ଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri