Posted inଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ତାଜିନ୍ଦର ସିଂହ ବିଟ୍ଟୁ। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତେବେ ଇସ୍ତଫା ଦେବାର କିଛି ଘଣ୍ଟା ପରେ ହିଁ ସେ ଭାଜପାରେ ସାମିଲ ହୋଇଛନ୍ତି। ସେ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଭାଜପା ମହାସଚିବ ବିନୋଦ ତାୱଡେଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।

ସେ ନିଜ ଇସ୍ତଫାପତ୍ର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇଛନ୍ତି। ବିଟ୍ଟୁ ଭାରତୀୟ ଜାତୀୟ କଂଗ୍ରେସର ପ୍ରାଥମିକ ସଦସ୍ୟତା ଏବଂ ହିମାଚଳ ପ୍ରଦେଶର ଏଆଇସିସି ସହ ପ୍ରଭାରୀ ପଦରୁ ଇସ୍ତଫା ଦେଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସେ ୩୫ବର୍ଷ ଧରି କଂଗ୍ରେସରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri