ଏହି ଫିଲ୍ମରୁ ସର୍ବାଧିକ ଆୟ କରିଥିଲେ ପ୍ରିୟଙ୍କା

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁଲାଇ ୧୮ରେ ପ୍ରିୟଙ୍କା ଚୋପ୍ରାଙ୍କ ୩୮ତମ ଜନ୍ମଦିନ। ପ୍ରିୟଙ୍କା ଖାଲି ବଲିଉଡ୍‌ରେ ନୁହେଁ, ହଲିଉଡ୍‌ରେ ମଧ୍ୟ ଏକ ପରିଚିତ ନାମ। ଆଜିର ଏହି ଖାସ୍‌ ଦିନରେ ଆସନ୍ତୁ ଜାଣିବା ପ୍ରିୟଙ୍କା ବିଷୟରେ କିଛି ଖାସ୍‌ କଥା।
ପ୍ରିୟଙ୍କା ବଲିଉଡ୍‌ ବ୍ୟତୀତ ହଲିଉଡ୍‌ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ତାଙ୍କୁ ଜଣେ ସଫଳ ଅଭିନେତ୍ରୀ ଭାବେ ସମସ୍ତେ ଜାଣନ୍ତି। ପ୍ରିୟଙ୍କା ଅନେକ ଫିଲ୍ମରେ ଅଭିନୟ କରିଛନ୍ତି ସତ ମାତ୍ର କେତୋଟି ଫିଲ୍ମରୁ ସେ ବେଶ୍‌ କିଛି ରୋଜଗାର କରିଛନ୍ତି। ଜାଣନ୍ତୁ ଏ ସମ୍ପର୍କରେ…ବାଜିରାଓ ବାଜିରାଓ ମସ୍ତାନୀ:
୨୧୦୫ରେ ପ୍ରିୟଙ୍କାଙ୍କ ସବୁଠାରୁ ଦମ୍‌ଦାର ଫିଲ୍ମ ହେଉଛି ‘ବାଜିରାଓ ମସ୍ତାନୀ’। ଏଥିରେ ପ୍ରିୟଙ୍କାଙ୍କ ସହ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ମଧ୍ୟ ଅଭିନୟ କରିଥିଲେ। ସଞ୍ଜୟ ଲୀଲା ଭଂସାଲୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମଟି ବକ୍ସ ଅଫିସରେ ୧୮୩.୭୫ କୋଟି ଟଙ୍କା ବ୍ୟବସାୟ କରିଥିଲା।


କୃଷ୍ଣ -୩:
ହ୍ରିତିକ ରୋଶନଙ୍କ ଲୋକପ୍ରିୟ ସୁପରହିଟ୍‌ ଫିଲ୍ମ ‘କୃଷ୍ଣ-୩’ରେ ପ୍ରିୟଙ୍କା ଅଭିନୟ କରିଥିଲେ। ରାକେଶ ରୋଶନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ବକ୍ସ ଅଫିସରେ ୧୭୫.୮୩ କୋଟି ଟଙ୍କା ଆୟ କରିଥିଲା। ଏହି ଫିଲ୍ମରେ ହ୍ରିତିକ ଏବଂ ପ୍ରିୟଙ୍କାଙ୍କ ବ୍ୟତୀତ କଙ୍ଗନା ରଣାଓ୍ବତ୍‌ ଏବଂ ବିବେକ ଓବରାଇ ପ୍ରମୁଖ ଭୂମିକାରେ ଥିଲେ।
ଅଗ୍ନି ପଥ:
୨୦୧୨ରେରେ ରିଲିଜ ହୋଇଥିବା ଫିଲ୍ମ ‘ଅଗ୍ନିପଥ’ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପ୍ରସିଦ୍ଧ ଫିଲ୍ମ ଅଗ୍ନିପଥର ରିମେକ୍‌ ଥିଲା। ଏହି ଫିଲ୍ମରେ ପ୍ରିୟଙ୍କାଙ୍କ ସହ ମୁଖ୍ୟ ଭୂମିକାରେ ହ୍ରିତିକ ରୋଶନ, ସଞ୍ଜୟ ଦତ୍ତ ଏବଂ ଋଷି କପୁର ପ୍ରମୁଖ ଅଭିନୟ କରିଥିଲେ। ଏହି ଫିଲ୍ମଟି ୧୧୯.୯୮ କୋଟି ବ୍ୟବସାୟ ଥିଲା।
ଡନ୍‌ ୨:


ଫରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ପ୍ରିୟଙ୍କା ଚୋପ୍ରାଙ୍କ ସହ ଶାହାରୁଖ ଖାଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ୨୦୧୧ରେ ମୁକ୍ତିଲାଭ କରିଥିବା ଏହି ଫିଲ୍ମ ସେତେବଳେ ୧୦୬.୪୪ କୋଟି ଟଙ୍କା ଆୟ କରିଥିଲା। ଏହା ତାଙ୍କର ପୂର୍ବ ଫିଲ୍ମ‘ଡନ’ର ଏକ ସିକ୍ୱେଲ ଥିଲା। ପ୍ରଥମ ଫିଲ୍ମରେ ପ୍ରିୟଙ୍କା ୍‌ମଧ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ।


ବର୍ଫି:
ନିର୍ଦ୍ଦେଶକ ଅନୁରାଗ ବସୁଙ୍କ ଫିଲ୍ମକୁ ବେଶ୍‌ ପସନ୍ଦ କରାଯାଇଥିଲା। ଏହି ଫିଲ୍ମରେ ପ୍ରିୟଙ୍କାଙ୍କ ଅଭିନୟ ଦ୍ୱାରା ସମସ୍ତେ ବିଶେଷ ପ୍ରଭାବିତ ହୋଇଥିଲେ। ଏହି ଫିଲ୍ମଟି ୧୦୫.୫୭ କୋଟି ଟଙ୍କା ବ୍ୟବସାୟ କରିଥିଲା। ଫିଲ୍ମରେ ମୁଖ୍ୟ ଭୂମିକାରେ ରଣବୀର କପୁର ଏବଂ ଇଲିଆନା ଡିକ୍ରୁଜ ମଧ୍ୟ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?