Posted inଜାତୀୟ

ପ୍ରିୟଙ୍କା ହୋଇ ପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ପ୍ରମୋଦ କ୍ରିଷ୍ଣମ୍‌

ପ୍ରୟାଗରାଜ,୮।୪ : ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଉତ୍ତରପ୍ରଦେଶର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି। ପ୍ରୟାଗରାଜଠାରେ ଶନିବାର ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ଅବସରରେ ସେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଚ୍ୟାଲେଞ୍ଜ ଦେଇ କହିଛନ୍ତି,ଉତ୍ତରପ୍ରଦେଶରେ ଶାହା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ, ମୁଁ ତାଙ୍କ ବିରୋଧରେ ଲଢେଇ କରିବାକୁ ପ୍ରସ୍ତୁତ ଅଛି। ରାହୁଲ ଗାନ୍ଧୀଙ୍କ ଏମ୍‌ପି ସଦସ୍ୟତା ରଦ୍ଦ ପ୍ରସଙ୍ଗରେ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି, ଲୋକ ସଭା ସଦସ୍ୟତା ଶେଷ ହେବାର ଅର୍ଥ ନୁହେଁ ଯେ ରାଜନୀତି ସମାପ୍ତ ହୋଇଛି। ରାହୁଲ ଲୋକସଭା ଆସନ ହରାଇଛନ୍ତି, କିନ୍ତୁ ଦେଶର ଲୋକଙ୍କ ହୃଦୟରେ ସ୍ଥାନ ପାଇଛନ୍ତି। ଯାହାକୁ ଜନସାଧାରଣ ଚାହାଁନ୍ତି, ସେ କ୍ଷମତାର ସିଂହାସନରେ ପହଞ୍ଚିଥାନ୍ତି। ରାହୁଲ ୨୦୨୪ରେ ଆମେଠିରୁ ଲୋକସଭା ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ରାହୁଲ ଏବଂ ଗାନ୍ଧୀ ପରିବାର ଏହି ନିଷ୍ପତ୍ତି ନେବେ। ୨୦୧୯ରେ ରାହୁଲ ୱାୟନାଡ୍‌ରୁ ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରସଙ୍ଗରେ ସେ କହିଛନ୍ତି ୱାୟନାଡ୍‌ ମଧ୍ୟ ଭାରତରେ ଅଛି। ଯଦି ଆସନ ବଦଳାଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତାକୁ ଗୁରୁତର ସହ ନିଆଯାଏ, ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ବାହାରେ ବାରାଣାସୀରୁ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ ନୁହେଁ।
ଅପରପକ୍ଷେ ପ୍ରିୟଙ୍କା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ପ୍ରମୋଦ କହିଛନ୍ତି। ୨୦୨୪ ମସିହାରେ ବିରୋଧୀ ଏକତାର ପ୍ରୟାସ ସତ୍ତ୍ୱେ କୌଣସି ଦଳ କଂଗ୍ରେସକୁ ଗ୍ରହଣ ନ କରିବା ପ୍ରଶ୍ନରେ ସେ କହିଛନ୍ତି, ଯଦି ଆମେ ଜାତୀୟ ରାଜନୈତିକ ଦୃଷ୍ଟିକୋଣକୁ ଦେଖିବା ତେବେ ଜାତୀୟ ସ୍ତରରେ କଂଗ୍ରେସ ହେଉଛି ଏଭଳି ଏକ ଦଳ ଯାହା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ବିରୋଧରେ ଲଢ଼େଇ କରୁଛି। ଯେତେବେଳେ ମିଳିତ ମେଣ୍ଟର ପ୍ରଶ୍ନ ଆସୁଛି ସେତେବେଳେ କଂଗ୍ରେସ ନୁହେଁ ଆଞ୍ଚଳିକ ଦଳଙ୍କୁ ଏହି ନିଷ୍ପତ୍ତି ନେବାକୁ ପଡିବ। ବର୍ତ୍ତମାନ ଆଞ୍ଚଳିକ ଦଳଗୁଡିକ ନିଷ୍ପତ୍ତି ନେବେ ଯେ ସେମାନେ ଭାଜପା କିମ୍ବା କଂଗ୍ରେସ କାହା ସହିତ ରହିବେ। ୨୦୨୪ ଲୋକସଭା ନିର୍ବାଚନ ଦୁଇଟି ମତବାଦ ମଧ୍ୟରେ ହେବ। ଗୋଟିଏ ହେଉଛି କଂଗ୍ରେସର ଆଦର୍ଶ ଏବଂ ଅନ୍ୟଟି ଆରଏସଏସର ଆଦର୍ଶ। ତ୍ରିରଙ୍ଗାକୁ ସମର୍ଥନ କରିବାକୁ ସମସ୍ତ ଦଳର ନେତାମାନଙ୍କୁ ନିବେଦନ କରାଯାଇଛି। କଂଗ୍ରେସକୁ ସମର୍ଥନ କରିବାକୁ ସେ ମମତା ବାନାର୍ଜୀ, ନୀତୀଶ କୁମାର, ଅରବିନ୍ଦ କେଜରିୱାଲ, କେସିଆର ଏବଂ ଶରଦ ପାୱାରଙ୍କୁ ଅନୁରୋଧ କରିଛନ୍ତି। ରାହୁଲଙ୍କ ସଦସ୍ୟତା ଉପରେ ଆଇନଗତ ସଙ୍କଟ ଦେଖାଦେଇଛି। ଦଳ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ଆଗକୁ ନିଆଯାଉଛି। ଲୋକ ଚାହୁଁଛନ୍ତି ପ୍ରିୟଙ୍କା ପ୍ରଧାନମନ୍ତ୍ରୀ ହୁଅନ୍ତୁ। ତେଣୁ ସେ ବିରୋଧୀ ଦଳର ମିଳିତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ଆବଶ୍ୟକ ବୋଲି ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri