Posted inଜାତୀୟ

ପ୍ରିୟଙ୍କା ହୋଇପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ପ୍ରମୋଦ କ୍ରିଷ୍ଣମ୍‌

ପ୍ରୟାଗରାଜ,୯।୪: ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଉତ୍ତରପ୍ରଦେଶର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି। ପ୍ରୟାଗରାଜଠାରେ ଶନିବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ଅବସରରେ ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ଶେଷ ହେବାର ଅର୍ଥ ନୁହେଁ ଯେ ରାଜନୀତି ସମାପ୍ତ ହୋଇଛି। ରାହୁଲ ଲୋକସଭା ଆସନ ହରାଇଛନ୍ତି, କିନ୍ତୁ ଦେଶର ଲୋକଙ୍କ ହୃଦୟରେ ସ୍ଥାନ ପାଇଛନ୍ତି। ଯାହାକୁ ଜନସାଧାରଣ ଚାହାଁନ୍ତି, ସେ କ୍ଷମତାର ସିଂହାସନରେ ପହଞ୍ଚିଥାନ୍ତି। ରାହୁଲ ୨୦୨୪ରେ ଆମେଠିରୁ ଲୋକସଭା ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ରାହୁଲ ଏବଂ ଗାନ୍ଧୀ ପରିବାର ଏହି ନିଷ୍ପତ୍ତି ନେବେ। ୨୦୧୯ରେ ରାହୁଲ ୱାୟନାଡ୍‌ରୁ ପ୍ରତିଦ୍ୱନ୍ଦ୍ୱିତା କରିଥିବା ପ୍ରସଙ୍ଗରେ ସେ କହିଛନ୍ତି ୱାୟନାଡ୍‌ ମଧ୍ୟ ଭାରତରେ ଅଛି। ଯଦି ଆସନ ବଦଳାଇ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତାକୁ ଗୁରୁତର ସହ ନିଆଯାଏ, ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ବାହାରେ ବାରାଣାସୀରୁ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ ନୁହେଁ।
ଅପରପକ୍ଷେ ପ୍ରିୟଙ୍କା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ପ୍ରମୋଦ କହିଛନ୍ତି। ୨୦୨୪ରେ ବିରୋଧୀ ଏକତାର ପ୍ରୟାସ ସତ୍ତ୍ୱେ ବିଭିନ୍ନ ଦଳ କଂଗ୍ରେସକୁ ଗ୍ରହଣ ନ କରିବା ପ୍ରଶ୍ନରେ ସେ କହିଛନ୍ତି, ଯଦି ଜାତୀୟ ରାଜନୈତିକ ଦୃଷ୍ଟିକୋଣକୁ ଦେଖିବା କଂଗ୍ରେସ ଏଭଳି ଏକ ଦଳ ଯାହା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ବିରୋଧରେ ଲଢ଼େଇ କରୁଛି। ଆଗାମୀ ଲୋକସଭା ନିର୍ବାଚନ ଦୁଇଟି ମତବାଦ ମଧ୍ୟରେ ହେବ। ଗୋଟିଏ ହେଉଛି କଂଗ୍ରେସର ଆଦର୍ଶ ଏବଂ ଅନ୍ୟଟି ଆରଏସଏସର ଆଦର୍ଶ। ତ୍ରିରଙ୍ଗାକୁ ସମର୍ଥନ କରିବାକୁ ସମସ୍ତ ଦଳର ନେତାମାନଙ୍କୁ ନିବେଦନ କରାଯାଇଛି। କଂଗ୍ରେସକୁ ସମର୍ଥନ କରିବାକୁ ସେ ମମତା ବାନାର୍ଜୀ, ନୀତୀଶ କୁମାର, ଅରବିନ୍ଦ କେଜରିୱାଲ, କେସିଆର ଏବଂ ଶରଦ ପାୱାରଙ୍କୁ ଅନୁରୋଧ କରିଛନ୍ତି। ରାହୁଲଙ୍କ ସଦସ୍ୟତା ଉପରେ ଆଇନଗତ ସଙ୍କଟ ଦେଖାଦେଇଛି। ଦଳ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀଙ୍କୁ ଆଗକୁ ନିଆଯାଉଛି। ଲୋକ ଚାହୁଁଛନ୍ତି ପ୍ରିୟଙ୍କା ପ୍ରଧାନମନ୍ତ୍ରୀ ହୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri