ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଜଗନ୍ନାଥଙ୍କ ହାତରେ ଗଭୀର ଆଘାତ ଲାଗିଛି। ପ୍ରିୟଙ୍କାକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ସେ ନିଜେ ମଧ୍ୟ ହାତକାଟି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ତାଙ୍କୁ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା ବେଳେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି।