ୟୁଟ୍ୟୁବର ଜ୍ୟୋତିଙ୍କ ବାନ୍ଧବୀ ପ୍ରିୟଙ୍କାଙ୍କୁ ପୋଲିସର ମାରାଥନ୍‌ ଜେରା

ପୁରୀ,୧୮।୫( ଅଜିତ୍‌ କୁମାର ମହାନ୍ତି): ପାକିସ୍ତାନର ସ୍ପାଏ ଭାବେ କାର୍ଯ୍ୟ କରୁଥିବା ହରିୟାଣାର ପ୍ରସିଦ୍ଧ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ପୋଲିସ ତନାଘନା ଆରମ୍ଭ କରିଛି l ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ତାଙ୍କର ପୁରୀ ସହ ସମ୍ପର୍କକୁ ନେଇ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଜ୍ୟୋତି ଗତ ସେପ୍ଟେମ୍ବରରେ ପୁରୀ ବୁଲିବାକୁ ଆସିଥିଲେ। ପୁରୀ ବେଳାଭୂମି, ଶ୍ରୀମନ୍ଦିର ସହ ଅନ୍ୟାନ୍ୟ ସ୍ଥାନ ବୁଲିଥିଲେ। ଏପରିକି ପୁରୀରେ ପ୍ରିୟଙ୍କା ସେନାପତିଙ୍କ ସହ ବନ୍ଧୁତା କରିଥିଲେ l

ବାନ୍ଧବୀ ପ୍ରିୟଙ୍କା ଜ୍ୟୋତିଙ୍କ ସାଙ୍ଗରେ ପାକିସ୍ତାନ ବୁଲିଛନ୍ତି। ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ସମ୍ପର୍କକୁ ନେଇ ମଧ୍ୟ ଆଶଙ୍କା ବଢ଼ିଛି । ପ୍ରିୟଙ୍କା ମଧ୍ୟ ପୂର୍ବରୁ ପାକିସ୍ତାନ ଯାଇ ଅନେକ ଭିଡିଓ ସୋସିଆଲ ମିଡି ଆରେ ସେୟାର କରିଛନ୍ତି। ଏହି ସମ୍ପର୍କରେ ପୁରୀ ପୋଲିସ ତଦନ୍ତ ଆରମ୍ଭ କରିଛି।

ପ୍ରିୟଙ୍କା ପୁରୀ ଶ୍ରୀମନ୍ଦିର ନିକଟ କାଳିକାଦେବୀ ସାହିର ବାସିନ୍ଦା ଅଟନ୍ତି । ତେବେ ଏ ନେଇ ପ୍ରିୟଙ୍କାଙ୍କ ବାପା କହିଛନ୍ତି, ମୋ ଝିଅ କେବଳ ଅନଲାଇନରେ ସାଙ୍ଗ ହୋଇଛି ଏବଂ ଆମେ ଏସମସ୍ତ ଘଟଣାରେ ପୋଲିସକୁ ତଦନ୍ତରେ ସହଯୋଗ କରିବୁ ବୋଲି କହିଛନ୍ତି। ପ୍ରିୟଙ୍କାଙ୍କ ବାପା ରାଜ କିଶୋର ସେନାପତି l ସେହିପରି ଜ୍ୟୋତିଙ୍କ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରୁ ଜାଣିବା ପରେ ପ୍ରିୟଙ୍କା ନିଜ ଇନ୍‌ଷ୍ଟାଗ୍ରାମରେ ସ୍ପଷ୍ଟୀକରଣ ଦେଇ ଲେଖିଛନ୍ତି, ୟୁଟ୍ୟୁବ ମାଧ୍ୟମରେ ମୁଁ ଜ୍ୟୋତିଙ୍କୁ ଚିହ୍ନିଥିଲି। ତାଙ୍କ ସମ୍ପର୍କରେ ମୁଁ ଏତେ ମାତ୍ରାରେ ଅବଗତ ନ ଥିଲି। ସେ ପାକିସ୍ତାନ ଗୁପ୍ତଚର ଭାବେ କାମ କରୁଛନ୍ତି ବୋଲି ମୁଁ ଜାଣିଥିଲେ କେବେ ବି ତାଙ୍କ ସହ ଯୋଗାଯୋଗରେ ଆସି ନ ଥାନ୍ତି।

ତାଙ୍କ ସମ୍ପର୍କରେ ଏସବୁ ଜାଣିବା ପରେ ଏବେ ମୋତେ ମଧ୍ୟ ଆଶ୍ଚର୍ଯ୍ୟ ଲାଗୁଛି। ଯଦି କୌଣସି ତଦନ୍ତକାରୀ ସଂସ୍ଥା ମୋତେ ପ୍ରଶ୍ନ ପଚାରନ୍ତି ତେବେ ମୁଁ ସମ୍ପୂର୍ଣ ସହଯୋଗ କରିବି। ଅନ୍ୟପଟେ ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ ଏବଂ ସାହି ବାସିନ୍ଦାଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l ଘଟଣାର ଉପଯୁକ୍ତ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି l

ସେହିପରି ପୁରୀ ପୋଲିସ ଘଟଣାକୁ ଗୁରୁତ୍ୱର ସହ ନେବା ସହ ଘଟଣା ର ତଦନ୍ତ କରାଯାଉଥିବା ପୁରୀ ଏସ୍‌ପି ପ୍ରତିକ୍ରିୟା ରଖିଛନ୍ତି l ଘଟଣାର ସବୁ ଦିଗକୁ ନେଇ ତଦନ୍ତ ହେଉଛି। ରାଜ୍ୟ ଏବଂ କେନ୍ଦ୍ର ଗୋଇନ୍ଦା ବିଭାଗ ସହ ଆମେ ଯୋଗାଯୋଗରେ ଅଛୁ। ତଦନ୍ତ ପରେ ସବୁ କଥା ସାମ୍ନାକୁ ଆସିବ।

ରଥଯାତ୍ରା ପାଇଁ ୟୁଟୁବରମାନଙ୍କୁ କଟକଣା ସମ୍ପର୍କରେ ଜିଲା ପ୍ରଶାସନ ସହ ଆଲୋଚନା ହେବ । ପ୍ରିୟଙ୍କା ସେନାପତିଙ୍କୁ ଜେରା ଚାଲିଛି। ଜ୍ୟୋତି ମାଲୋହୋତ୍ରାଙ୍କ ଘଟଣା ସମ୍ପର୍କରେ ହରିୟାଣା ପୋଲିସ ସହ ଯୋଗାଯୋଗରେ ଅଛୁ। ଘଟଣାକୁ ଗୁରୁତର ସହ ନେଇଛୁ। ସାଇବର ଏକ୍ସପର୍ଟଙ୍କ ପରାମର୍ଶ ନିଆଯିବ ବୋଲି ଏସ୍‌ପି କହିଛନ୍ତି l

ସିଟି ଡିଏସ୍‌ପିଙ୍କ ନେତୃତ୍ୱରେ ସ୍ବତନ୍ତ୍ର ପୋଲିସ ଟିମ ପ୍ରିୟଙ୍କା ଙ୍କ ଘରକୁ ଯାଇ ଅନେକ ସମୟରେ ଧରି ପଚରାଉଚରା କରିଥିଲେ l ତେବେ ଜ୍ୟୋତି ଓ ପ୍ରିୟଙ୍କାଙ୍କ ହୋଟେଲ ରୁମରେ ଥିବାର ଏକ ଭିଡିଓ ଦେଖିବାକୁ ମିଳିଛି । କଶ୍ମୀରରେ ଥିବା ବେଳେ ସେମାନେ କଶ୍ମୀର ସମ୍ପର୍କରେ ଆଲୋଚନା କରୁଥିବା ଦେଖିବାକୁ ମିଳୁଛି । ତେବେ ପୋଲିସର ତଦନ୍ତ ପରେ ସମସ୍ତ ଘଟଣା ଲୋକ ଲୋଚନକୁ ଆସିବ । ତେବେ ଜଲା ପ୍ରଶାସନ ମନ୍ଦିର ସୁରକ୍ଷା ପ୍ରତି ଅଧିକ ଗୁରତ୍ୱ ଦେଉ ବୋଲି ସାଧାରଣରେ ଦାବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri