Posted inଜାତୀୟ

ରାଏବରେଲୀ-ଅମେଠିରୁ ଲଢ଼ିବେନି ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୧୮।୩: ନେହେରୁ-ଗାନ୍ଧୀ ପରିବାରର ସୁରକ୍ଷିତ ଆସନ ରହିଆସିଥିବା ଦୁଇ ସଂସଦୀୟ କ୍ଷେତ୍ର ରାଏବରେଲୀ ଏବଂ ଅମେଠି ଏଥର କଂଗ୍ରେସ ହାତରୁ ଖସିଯାଇପାରେ। କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ନିକଟରେ ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ରାଏବରେଲୀରୁ ସେ ଲଢ଼ୁନାହାନ୍ତି। ଏହି ସଂସଦୀୟ ଆସନରୁ ସୋନିଆଙ୍କ ଝିଅ ତଥା କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଲଢ଼ିବା ନେଇ ଚର୍ଚ୍ଚା ହେଉଥିଲା। ଇତିମଧ୍ୟରେ କଂଗ୍ରେସ ପକ୍ଷରୁ ୨ ପର୍ଯ୍ୟାୟରେ ପ୍ରକାଶିତ ପ୍ରାର୍ଥୀ ତାଲିକାରେ ୧୩୪ ଜଣଙ୍କ ନାଁ ରହିଛି। ରାହୁଲ ଗାନ୍ଧୀଙ୍କୁ କେରଳର ଓ୍ବାୟନାଡ୍‌ ଆସନରୁ ପୁଣିଥରେ ପ୍ରାର୍ଥୀ କରାଯାଇଛି। ୨୦୧୯ରେ ସେ ଅମେଠି ଆସନରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କଠାରୁ ହାରିଯାଇଥିବାରୁ ଏହି ଆସନରେ ତାଙ୍କୁ ପୁନର୍ବାର ପ୍ରାର୍ଥୀ କରାଯିବ ନାହିଁ ବୋଲି ଜଣାପଡ଼ିଛି। ଏଆଇସିସି ମୁଖପାତ୍ର ସୁପ୍ରିୟା ଶ୍ରୀନେତଙ୍କୁ ଦଳ ଅମେଠିରୁ ପ୍ରାର୍ଥୀ କରିପାରେ। ସେହିପରି ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ମୁଖପାତ୍ର ପଓ୍ବନ ଖେରାଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଛି। ଉଭୟ ପ୍ରିୟଙ୍କା ଓ ରାହୁଲ ଆଗାମୀ ନିର୍ବାଚନରେ ପ୍ରଚାର ମଙ୍ଗ ଧରିବାକୁ ଥିବାବେଳେ ରାଏବରେଲୀ ଓ ଅମେଠି ଆସନରେ ଉଭୟ ସୀମିତ ହୋଇଗଲେ ଦଳ ପାଇଁ କ୍ଷତି ହେବ ବୋଲି କେତେଜଣ ବରିଷ୍ଠ ନେତା ଆଶଙ୍କା କରୁଛନ୍ତି। ଏହି ଦୃଷ୍ଟିରୁ ଭଉଣୀଭାଇଙ୍କୁ କଂଗ୍ରେସ ସେମାନଙ୍କ ପାରମ୍ପରିକ ଆସନରୁ ଛିଡ଼ା କରାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri