Posted inଜାତୀୟ

ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ମୋଦିଙ୍କ ପ୍ରଶଂସାମୂଳକ ପ୍ରମାଣପତ୍ର ଯୋଗୀ ସରକାରଙ୍କ ବର୍ବରତା, ଅବହେଳା ଓ କୁପରିଚାଳନାକୁ ଘଣ୍ଟ ଘୋଡ଼ାଇପାରିବ ନାହିଁ ବୋଲି ଶୁକ୍ରବାର କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତୀର ମାରିଛନ୍ତି।
ମାର୍ଚ୍ଚ ଆଡ଼କୁ ୟୁପିରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ମୋଦି ଗୁରୁବାର ନିଜ ସଂସଦୀୟ ଆସନ ବାରାଣସୀରେ ଯୋଗୀଙ୍କୁ ଭୂୟସୀ ପ୍ରଶଂସା କରିଥିଲେ। ଏହାର ଦିନକ ପରେ ପ୍ରିୟଙ୍କା ୨ ଦିନିଆ ଲକ୍ଷ୍ନୌ ଗସ୍ତ କରି କହିଛନ୍ତି, ଲୋକେ ମହାମାରୀ ବେଳେ ଅସୁବିଧାର ସମ୍ମୁଖୀନ ହେବାବେଳେ ଅସହାୟ ହୋଇପଡ଼ିଥିଲେ। ଏହି ସତ୍ୟକୁ କେବେ ମୋଦି ଭୁଲିଯାଇପାରନ୍ତି, କିନ୍ତୁ ଯନ୍ତ୍ରଣା ଭୋଗିଥିବା ଲୋକେ ମନେରଖିବେ।
୨୦୧୭ରେ ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରିୟଙ୍କାଙ୍କୁ କଂଗ୍ରେସର ସାଧାରଣ ସମ୍ପାଦକ ନିଯୁକ୍ତ କରାଯାଇଥିଲେ ହେଁ ତାଙ୍କ କୌଣସି ଯାଦୁ ସେଠାରେ କାମ କରି ନ ଥିଲା। ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ପାଇଁ ୟୁପି ପ୍ରଭାରୀ ପ୍ରିୟଙ୍କା ଦେଢ଼ ବର୍ଷ ପରେ ଲକ୍ଷ୍ନୌ ଯାଇଛନ୍ତି। ଚୌଧରୀ ଚରଣ ସିଂ ବିମାନବନ୍ଦରରୁ ସେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ହଜରତଗଞ୍ଜ ଜିପିଓ ପାର୍କରେ ପହଞ୍ଚତ୍ଥିଲେ। ସେଠାରେ ଥିବା ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ୨ ଘଣ୍ଟା ଧାରଣାରେ ବସି ଯୋଗୀ ସରକାର ବିରୋଧରେ ସେ ନୀରବ ବିକ୍ଷୋଭ କରିଥିଲେ। ପୋଲିସ ସେଠାରେ ପହଞ୍ଚତ୍ବାରୁ ପ୍ରିୟଙ୍କା ଏକ କାଗଜରେ ଉତ୍ତର ଲେଖିଥିଲେ, ରାଜ୍ୟରେ ମହିଳାମାନେ ସୁରକ୍ଷିତ ନୁହନ୍ତି। ଭାଜପା ଜଙ୍ଗଲରାଜ, ପଞ୍ଚାୟତ ନିର୍ବାଚନରେ ହିଂସା, ମହିଳାଙ୍କୁ ନିର୍ଯାତନା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ସେ ଧାରଣାରେ ବସିଛନ୍ତି। ଏସବୁର ଅନ୍ତ ଘଟାଇ ୟୁପିର ଏକଚ୍ଛତ୍ରବାଦୀ ସରକାରଙ୍କୁ ମୂଳରୁ ଉପାଡ଼ିବା ଲାଗି ମୌନବ୍ରତ କରିଛନ୍ତି। ପୋଲିସ ପ୍ରିୟଙ୍କାଙ୍କୁ କୋଭିଡ୍‌ ପ୍ରୋଟୋକଲ କଥା କହିବାରୁ ସେ ଲେଖିକି ଉତ୍ତର ଦେଇଥିଲେ, ଏହି କଟକଣା ପଞ୍ଚାୟତ ନିର୍ବାଚନ ବେଳେ ମଧ୍ୟ ଥିଲା। ଏହି ଅବସରରେ ୟୁପି କଂଗ୍ରେସ ସଭାପତି ଅଜୟ କୁମାର ଲଲ୍ଲୁ କହିଛନ୍ତି, ସେ ଶନିବାର ଅମେଠି ଓ ରାଏବରେଲି ବ୍ଲକ୍‌ କଂଗ୍ରେସ ସଭାପତିମାନଙ୍କ ସହ ଆଗାମୀ ନିର୍ବାଚନ ନେଇ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?