Posted inଜାତୀୟ

ପାଇଲଟଙ୍କୁ ମନାଇବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ହୁଏତ ଅଶୋକ ଗେହଲଟଙ୍କ ସରକାର ପାଇଁ ସମସ୍ୟା ସୃଷ୍ଟି କରିପାରନ୍ତି। କିନ୍ତୁ ଦଳ ତାଙ୍କୁ ହରାଇବାକୁ ଚାହୁଁନାହିଁ। ରାଜନୈତିକ ଯୁଦ୍ଧରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ଗଣମାଧ୍ୟମ ସମ୍ମୁଖରେ ନିଜର ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଯାଦ୍ୱାରା ଗେହଲଟ ସରକାରଙ୍କ ଉପରେ ଥିବା ସଙ୍କଟ ଏବେ କିଛି ମାତ୍ରାରେ ଦୂରେଇଯାଇଥିବା ଜଣାପଡ଼ିଛି। ପାଇଲଟଙ୍କ ବିଦ୍ରୋହ ତାଙ୍କ ଉପରେ କୌଣସି ପ୍ରଭାବ ପକାଇପାରିନାହିଁ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ କଂଗ୍ରେସ ସଚିନଙ୍କୁ ଦଳରୁ ହରାଇବାକୁ ଚାହୁଁନାହିଁ। କୌଣସି ପ୍ରକାରେ ତାଙ୍କୁ ମନାଇବାକୁ ଚେଷ୍ଟା କରାଯାଉଛି। ଇତିମଧ୍ୟମରେ ରାହୁଲ ଗାନ୍ଧୀଙ୍କ ନିକଟତର ବନ୍ଧୁ ସଚିନ ପାଇଲଟଙ୍କୁ ମନାଇବା ପାଇଁ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ସଙ୍କଟକୁ ଶେଷ କରିବା ପାଇଁ ପ୍ରିୟଙ୍କା କମାଣ ସମ୍ଭାଳିବା ସହ ସଚିନ ଓ ଗେହଲଟଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଦୁଇ ନେତା କଥାବାର୍ତ୍ତା ଜରିଆରେ ଏହି ବିବାଦର ସମାଧାନ କରନ୍ତୁ ବୋଲି ପ୍ରିୟଙ୍କା କହିଛନ୍ତି। ସେହିପରି ସଚିନଙ୍କ ସହ ପ୍ରିୟଙ୍କା ଫୋନରେ କଥା ହୋଇ ତାଙ୍କୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି, ଦଳରେ ତାଙ୍କ କଥା ଶୁଣାଯିବା ସହ ବୁଝାଯିବ ମଧ୍ୟ। ସୂଚନାଯୋଗ୍ୟ, ପ୍ରିୟଙ୍କାଙ୍କ ବ୍ୟତୀତ ରାହୁଲ ଗାନ୍ଧୀଙ୍କ ସମେତ ୫ଜଣ ବଡ଼ ନେତା ତାଙ୍କୁ ବୁଝାଇବାକୁ ଚେଷ୍ଟା କରୁଥିବା କୁହାଯାଉଛି। ଅନ୍ୟପଟେ କିଛି ସମୟ ପୂର୍ବରୁ ଜୟପୁର ସ୍ଥିତ କଂଗ୍ରେସ ମୁଖ୍ୟାଳୟରୁ ସଚିନଙ୍କ ପ୍ରଦେଶ ଅଧ୍ୟକ୍ଷ ପୋଷ୍ଟରକୁ କାଢ଼ି ଦିଆଯାଇଥିଲା। କିନ୍ତୁ ପ୍ରିୟଙ୍କାଙ୍କ ନିର୍ଦ୍ଦେଶ ପରେ ପୁଣି ଥରେ ପୋଷ୍ଟରକୁ ଲଗାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?