ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏଥିସହ ତାଙ୍କ ପରିବାରକୁ ପାଞ୍ଚଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ଦେଇଛନ୍ତି। ଛତ୍ରପୁରସ୍ଥିତ ଜିଲାପାଳଙ୍କ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ପ୍ରିୟଙ୍କାରାଣୀଙ୍କ ସ୍ବାମୀ ଭି. ସମୀର କୁମାର ରାଜୁ, ସମୀର କୁମାରଙ୍କ ପିତା ଭି. ଧର୍ମାରାଜୁ ଏବଂ ତାଙ୍କ ଭାଇ ଭି. ସଚିନ କୁମାରଙ୍କ ଉପସ୍ଥିତିରେ ଏହି ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି। ଭୁବନେଶ୍ୱରରେ ଭିଡିଓ କନଫରେନ୍ସରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମଣିଷ ମଧ୍ୟରେ ମଣିଷ ପଣିଆ ବଞ୍ଚିରହିଛି। ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ପୌରୋହିତ୍ୟରେ ଭିଡିଓ କନ୍‌ଫରେନ୍ସ ଅନୁଷ୍ଠିତ ହୋଇଥିଲା।
ଛତ୍ରପୁରରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ଅମୀୟ କୁମାର ସାହୁ, ଜିଲା ଜରୁରୀ କାଳୀନ ଅଧିକାରୀ ଦିବ୍ୟ ଲୋଚନ ମହନ୍ତ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ଜାନୁୟାରୀ ୨୬ରେ ସଡକ ଦୁର୍ଘଟଣାରେ ପ୍ରିୟଙ୍କାରାଣୀଙ୍କ ସମେତ ପରିବାରର ସମସ୍ତ ସଦସ୍ୟ ଆହତ ହୋଇଥିଲେ। ପ୍ରିୟଙ୍କାରାଣୀଙ୍କ ମୃତ୍ୟୁ ଘଟିବାରୁ ପରିବାରବର୍ଗ ଅଙ୍ଗଦାନ କରିବାକୁ ସମ୍ମତି ଜଣାଇଥିଲେ। ତାଙ୍କ କିଡ୍‌ନୀ ଆପୋଲୋ ହସ୍ପିଟାଲ ଏବଂ କଟକ ଏସସିବି ମେଡିକାଲର ଆବଶ୍ୟକ କରୁଥିବା ୨ ରୋଗୀଙ୍କୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?