Posted inଜାତୀୟ

ପ୍ରିୟଙ୍କାଙ୍କ ନିର୍ବାଚନୀ ପ୍ରତିଶ୍ରୁତି, ଝିଅଙ୍କୁ ମିଳିବ ସ୍କୁଟି-ସ୍ମାର୍ଟଫୋନ୍‌…

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟେjରଗତ ୩ ଦଶନ୍ଧି ଧରି କଂଗ୍ରେସ କ୍ଷମତାଠାରୁ ଦୂରରେ ରହି ବନବାସ କାଟୁଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପୁଣି ଥରେ କ୍ଷମତା ଦଖଲ ପାଇଁ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ମର୍ମରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ ଝିଅଙ୍କୁ ଇଲୋକ୍ଟ୍ରୋନିକ୍ସ୍‌ ସ୍କୁଟି ଏବଂ ସ୍ମାର୍ଟଫୋନ୍‌ ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

କଂଗ୍ରେସ ରାଜ୍ୟରେ ମହିଳାଙ୍କ ସହିତ ଯୁବବର୍ଗ ଭୋଟରଙ୍କୁ ହାତେଇବାର ଯୋଜନା କରୁଛି। ଏହା ଅନ୍ତର୍ଗତ ପ୍ରିୟଙ୍କା ପୂର୍ବରୁ ରାଜ୍ୟରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀଙ୍କୁ ଟିକଟ ଦେବାକୁ ଘୋଷଣା କରିଥିବାବେଳେ ଏବେ ଏଭଳି ପ୍ରତିଶ୍ରୁତି ଦେଇଛନ୍ତି।
ଗୁରୁବାର ପ୍ରିୟଙ୍କା ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି କହିଛନ୍ତି ଯେ, ଇତିମଧ୍ୟରେ ମୁଁ କେତେକ ଛାତ୍ରୀଙ୍କୁ ଭେଟିଛି। ସେମାନଙ୍କ ଅଭାବ ଅସୁବିଧା ଏବଂ ଘରୁ କଲେଜ ଯିବା ପାଇଁ ହେଉଥିବା ସମସ୍ୟା ସମ୍ପର୍କରେ ପଚାରି ବୁଝିଛି।

ଇଣ୍ଟର ମିଡ଼ିଏଟ୍‌ ପାସ୍‌ କରିଥିବା ଛାତ୍ରୀଙ୍କୁ ସ୍ମାର୍ଟଫୋନ୍‌ ଏବଂ ସ୍ନାତକ ଛାତ୍ରୀଙ୍କୁ ଇଲୋକ୍ଟ୍ରୋନିକ୍ସ୍‌ ସ୍କୁଟି ପ୍ରଦାନ କରାଯିବ। ରାଜ୍ୟରେ ପ୍ରିୟଙ୍କା ଏଭଳି ନୂଆ ନୂଆ ଘୋଷଣା ମାଧ୍ୟମରେ ଏବେ ମହିଳା କାର୍ଡ ଖେଳିବା ଆରମ୍ଭ କରିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri