Posted inଜାତୀୟ

ପ୍ରିୟଙ୍କାଙ୍କ ମିଶନ-୨୦୨୨ ସଙ୍କଟରେ, ହାତ ଛାଡ଼ି ସାଇକେଲ ଚଳାଇବାକୁ ବାଡ଼ଡିଆଁ ଯୋଜନା…

ଲକ୍ଷ୍ନୌ,୨୦।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରିସସ୍ଥଳେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ମିଶନ-୨୦୨୨ ସଙ୍କଟରେ ପଡ଼ିଛି। ନିର୍ବାଚନ ପୂର୍ବରୁ ରାଜ୍ୟରେ କଂଗ୍ରେସର ବରିଷ୍ଠ ନେତା ଦଳ ଛାଡ଼ିବା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ମଧ୍ୟରେ ମଙ୍ଗଳବାର ପୂର୍ବତନ ଏମ୍‌ପି ହରେନ୍ଦ୍ର ମଲିକ ଏବଂ ତାଙ୍କ ପୁଅ ତଥା ପୂର୍ବତନ ବିଧାୟକ ପଙ୍କଜ ମଲିକ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେମାନେ ବାଡ଼ ଡେଇଁ ଏବେ ସମାଜବାଦୀ ପାର୍ଟି ମୁହାଁ ହୋଇଥିବା ଚର୍ଚ୍ଚା ହୋଇଛି। ଅକ୍ଟୋବର ୨୨ରେ ସେମାନେ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ହାତ ଛାଡ଼ି ସାଇକେଲ ଚଳାଇବେ ବୋଲି କୁହାଯାଉଛି।

ଗତ ୩ ଦଶନ୍ଧି ଧରି ରାଜ୍ୟରେ କଂଗ୍ରେସ କ୍ଷମତାଠାରୁ ଦୂରରେ ରହିଛି। କଂଗ୍ରେସର ବନବାସ ଶେଷ କରିବା ଲାଗି ପ୍ରିୟଙ୍କା ଉଦ୍ୟମ ଜାରି ରଖିଛନ୍ତି। ୨୦୧୭ରେ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ପରାଜୟ ସ୍ବୀକାର କରିବାକୁ ପଡ଼ିଥିଲା। ୨୦୧୯ ଲୋକସଭା ନିର୍ବାଚନରେ ମଧ୍ୟ ରାଜ୍ୟରେ କଂଗ୍ରେସ ବିଫଳ ରହିଥିଲା।

ରାଜ୍ୟର ବୁନ୍ଦେଲଖଣ୍ଡରେ ବରିଷ୍ଠ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି। ଏହା ତୃଣମୂଳସ୍ତରରେ କଂଗ୍ରେସ ସଂଗଠନକୁ ଦୁର୍ବଳ କରିଛି। ଅପରପକ୍ଷରେ ଭାଜପାର ସ୍ଥିତି ରାଜ୍ୟରେ ଧୀରେଧୀରେ ପୁଣି ସୁଦୃଢ଼ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri