ଦୌଡକୁଦ ପ୍ରତିଯୋଗିତାରେ ପ୍ରୀୟଙ୍କାଙ୍କୁ ସଫଳତା: ରାଜ୍ୟସ୍ତରକୁ ମନୋନୀତ

ଲୋଇସିଂହା,୧୮।୧୦ (ସୁଶାନ୍ତ ବାରିକ)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ବେଲଗାଁ ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଗତ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜିଲା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ପ୍ରତୀଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଗଲପୁର ବ୍ଲକ ବକଟି ଉଷାଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରିୟଙ୍କା ଦାରି ୧୪ ବର୍ଷ ରୁ କମ ବାଳିକା ବର୍ଗ ଲମ୍ବଡିଆଁ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।

ବିଦ୍ୟାଳୟର ପି.ଇ.ଆଇ. ତଥା କୋଚ ଋଷଭ ପଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଭ୍ୟାସ କରି ନିଜ ବିଦ୍ୟାଳୟ ତଥା ବ୍ଲକ ପାଇଁ ଗୌରବ ଆଣି ଦେଇଥିବାରୁ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚିନ୍ମୟ ପୁରୋହିତ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଶନିବାର ବିଦ୍ୟାଳୟରେ ଶୁଭେଚ୍ଛା ଜଣାଇଛନ୍ତି। ବାଲେଶ୍ବର ଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ପ୍ରିୟଙ୍କା ଯୋଗ ଦେଇ ଉତ୍ତମ ପ୍ରଦର୍ଶନ କରିବେ ବୋଲି ବିଦ୍ୟାଳୟ ଶିକ୍ଷକ ଓ କୋଚ ପଧାନ ଆଶାବ୍ୟକ୍ତ କରିଛନ୍ତି।

ପ୍ରକାଶ ଥାଉ କି, ଉକ୍ତ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ର ମିଲନ ପାଣ୍ଡେ ୧୪ ବର୍ଷରୁ କମ ବାଳକ ବର୍ଗ ଲମ୍ବଡିଆଁରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ପ୍ରିୟଙ୍କା ଦ୍ବାରି ଲମ୍ବଡିଆଁରେ ସ୍ବର୍ଣ୍ଣ ପଦକ ଏବଂ ୧୦୦ମି ଦୌଡ଼ ପ୍ରତିଯୋଗିତାରେ ରୋପ୍ୟ ପଦକ ହାସଲ କରିବାର କୃତିତ୍ୱ ହାସଲ କରିଛନ୍ତି । କ୍ରୀଡ଼ା ପ୍ରତିଯୋଗୀତାରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ସଫଳତା ଅଭିଭାବକ ମହଲରେ ଆନନ୍ଦ ଲହରୀ ଖେଳିଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri