Posted inଜାତୀୟ

ମୋଦିଙ୍କୁ ପ୍ରିୟଙ୍କାଙ୍କ କଡ଼ା ଟାର୍ଗେଟ୍‌: କହିଲେ ସେ ସବୁ ଦେଶ ବୁଲୁଛନ୍ତି, ସାଙ୍ଗସାଥୀ ସୃଷ୍ଟି କରୁଛନ୍ତି, ହେଲେ ଏହାର ପରିଣାମ…

ନୂଆଦିଲ୍ଲୀ,୩୧ା୭: ସଂସଦର ମୌସୁମୀ ଅଧିବେଶନ ଚାଲିଛି। ଏପରି ପରିସ୍ଥିତିରେ ବିରୋଧୀ ଦଳ ସମସ୍ତ ପ୍ରସଙ୍ଗରେ ମୋଦି ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ସବୁଠାରୁ ଚର୍ଚ୍ଚିତ ହେଉଛି ଭାରତ-ପାକିସ୍ତାନ ଯୁଦ୍ଧବିରତି ଉପରେ ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ। କଂଗ୍ରେସ ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଉତ୍ତର ଦାବି କରିଆସୁଛି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପରେ ତାଙ୍କ ଭଉଣୀ ତଥା ଓ୍ବାୟନାଡ ଏମ୍‌ପି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଅନେକ ପ୍ରଶ୍ନ ଉଠାଇଛନ୍ତି।

ଗୁରୁବାର ଗୃହକୁ ଯାଉଥିବା ସମୟରେ କଂଗ୍ରେସ ପ୍ରିୟଙ୍କା ଗଣମାଧ୍ୟମ ସହିତ କଥା ହୋଇଥିଲେ। ଏହି ସମୟରେ ସେ କହିଥିଲେ ଯେ, ଆମେ ସମସ୍ତେ ଜାଣୁ ଯେ, ଆମେରିକା ରାଷ୍ଟ୍ରପତି କ’ଣ କହିଛନ୍ତି। ସମସ୍ତେ ଜାଣନ୍ତି ସେ ଶୁଳ୍କ ବିଷୟରେ କ’ଣ କହିଛନ୍ତି।

ସେ କହିଛନ୍ତି, ଟ୍ରମ୍ପ ପୁଣି ଥରେ ଭାରତ-ପାକିସ୍ତାନ ଯୁଦ୍ଧବିରତି ସମ୍ପର୍କରେ ଏକ ବୟାନ ଦେଇଛନ୍ତି ଯେ, ଉଭୟ ଦେଶ ମୋ କଥାରେ ଯୁଦ୍ଧ ବନ୍ଦ କରିଦେଇଛନ୍ତି। ସେ ଆହୁରି କହିଛନ୍ତି, ସରକାରଙ୍କୁ ଉଭୟ କଥାର ଉତ୍ତର ଦେବାକୁ ପଡ଼ିବ। ପ୍ରଧାନମନ୍ତ୍ରୀ ମୋଦି ସବୁଠି ଯାଆନ୍ତି, ସାରା ବିଶ୍ୱ ଭ୍ରମଣ କରନ୍ତି। ସାଙ୍ଗସାଥୀ ସୃଷ୍ଟି କରନ୍ତି ଏହା ପରେ ଆମେ ଏହାର ପରିଣାମ ଭୋଗ କରିଥାଉ।

ପବନ ଖେରା ଟ୍ରମ୍ପଙ୍କୁ ସାପ ସହିତ ତୁଳନା କରିଛନ୍ତି
କଂଗ୍ରେସ ମୁଖପାତ୍ର ପବନ ଖେରା ବୁଧବାର ଟ୍ରମ୍ପଙ୍କୁ ସାପ ସହିତ ତୁଳନା କରି କହିଛନ୍ତି, ଟ୍ରମ୍ପ ମୋଦିଙ୍କୁ ସାପ ପରି ଘେରି ରହିଛନ୍ତି ଏବଂ ରାହୁଲ ଗାନ୍ଧୀ ତାଙ୍କୁ ଏହି ଅସୁବିଧାରୁ ବାହାରିବା ପାଇଁ ଏକ ମହାନ ସୁଯୋଗ ଦେଇଛନ୍ତି। ତାଙ୍କର କେବଳ ଏତିକି କହିବାର ଥିଲା ଯେ, ଟ୍ରମ୍ପ ଯୁଦ୍ଧବିରତି ବିଷୟରେ ମିଛ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri