୨୬୯ ପଦକ ପାଇଁ ଅର୍ଥରାଶି ପୁରସ୍କାର

ଭୁବନେଶ୍ୱର, ୧୫।୩(ତପନ ସ୍ବାଇଁ):ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଗୁରୁବାର ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ଅର୍ଥରାଶିରେ ପୁରସ୍କୃତ କରାଯାଇଛି। ୨୬୯ ପଦକ ପାଇଁ କୃତ୍ତି କ୍ରୀଡ଼ାବିତଙ୍କୁ ମୋଟ ୫୬ ଲକ୍ଷ ୯୩ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି । କଳିଙ୍ଗ ଷ୍ଟାଡ଼ିୟମ ସ୍ଥିତ ଟେନିସ ସେଣ୍ଟର ଅଡ଼ିଟୋରିୟମ୍‌ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶା ହକି ପ୍ରମୋଶନ କାଉନସିଲ ଅଧକ୍ଷ ଦିଲ୍ଲୀପ ର୍ତିକୀ କ୍ରୀଡ଼ାବିତ ମାନଙ୍କୁ ଅର୍ଥରାଶି ପ୍ରଦାନ କରିଥିଲେ। ଆଥଲେଟିକ୍ସ, ସୁଇମିଂ, ରଗବୀ, ହକି, ବ୍ୟାଡ଼ମିଣ୍ଟନ, ଟେନିସ, ଭାରୋତ୍ତୋଳନ, ଭଲିବଲ, ବିଚ ଭଲିବଲ, ଶୁଟିଂ, ଯୋଗାସନ ଏବଂ କରାଟେ ଆଦି ମୋଟ ୨୦ଟି ବର୍ଗରେ ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ପୁରସ୍କୃତ କରାଯାଇଥିଲା। କ୍ରୀଡ଼ାବିତଙ୍କ ମଧ୍ୟରେ ପ୍ରତ୍ୟାଶା ରାୟ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ ଏବଂ ଅଲ ଇଣ୍ଡିଆ ଇଣ୍ଟର ୟୁନିଭରସିଟି ଚାମ୍ପିୟନଶିପ୍‌ରେ ସର୍ବାଧିକ ୧୨ଟି ପଦକ ହାସଲ କରି ମୋଟ ୩ଲକ୍ଷ ୮୨ ହଜାର ଟଙ୍କାର ଅର୍ଥରାଶି ପାଇଛନ୍ତି।
ଏଠାରେ ସୂଚନା ଯୋଗ୍ୟ କି ରାଜ୍ୟ ସରକାର କ୍ରୀଡ଼ା ଓ କ୍ରୀଡ଼ାବିତଙ୍କ ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ କ୍ରୀଡ଼ାରେ ପଦକ ବିଜେତାଙ୍କୁ ଅର୍ଥରାଶି ପ୍ରଦାନର ଏହା ଏକ ଅଂଶ ବିଶେଷ। ୫-ଟି ମନ୍ତ୍ରର ସଠିକ ଅନୁପାଳନ ସହ ପଦକ ବିଜେତାଙ୍କୁ ତତ୍‌କ୍ଷଣାତ ଅର୍ଥ ପୁରସ୍କାର ପ୍ରଦାନକୁ କ୍ରୀଡ଼ା ଓ ଯୁବସେବା ବିଭାଗ ପାଳନ କରି ଆସିଛି। ପୁରସ୍କାର ବିତରଣ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ନିର୍ଦେଶକ ସିଦ୍ଧାର୍ଥ ଦାସ, ଓଡ଼ିଶା ହକି ପ୍ରମୋଶନ କାଉନସିଲ ସିଇଓ ଦୀପଙ୍କର ମହାପାତ୍ର ଏବଂ ଓଏସଡି ସିଦ୍ଧାର୍ଥ ଶଙ୍କର ସାହୁଙ୍କ ସମେତ ବିଭାଗୀୟ ଅଧିକାରୀ, କୋଚ ଏବଂ କ୍ରୀଡ଼ାବିତ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri