କାନାଡାରେ ଭାରତୀୟ ଦୂତାବାସ ସାମ୍ନାରେ ଏକାଠି ହେଲେ ଖଲିସ୍ତାନୀ ସମର୍ଥକ, ତ୍ରିରଙ୍ଗା ଉଡାଇ ଭାରତୀୟ ଦେଲେ କଡା ଜବାବ

ଟରଣ୍ଟୋ,୯।୭: ଖଲିସ୍ତାନି ସମର୍ଥକମାନେ ଶନିବାର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି କ୍ରମରେ ଖଲିସ୍ତାନିମାନେ କାନାଡାର ଟରଣ୍ଟୋରେ ବି ଭାରତୀୟ ବାଣିଜ୍ୟ ଦୂତାବାସ ସାମ୍ନାରେ ପ୍ରଦର୍ଶନ କରିଥିଲେ। ହେଲେ ସେଠାରେ ଥିବା ମୂଳ ଭାରତୀୟ ବାସିନ୍ଦା ଏହାର କଡା ଜବାବ ଦେଇଛନ୍ତି। ଭାରତୀୟ ବଂଶୋଦ୍ଭବି ତ୍ରିରଙ୍ଗା ଉଡାଇ ଏହି ଆତଙ୍କବାଦୀଙ୍କ ସାମ୍ନା କରିଥିଲେ।
ଏହାର ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ଦେଖିବାକୁ ମିଳିଛି ଗୋଟିଏ ପଟେ ଖଲିସ୍ତାନୀ ସମର୍ଥକ ଭାରତୀୟ ବାଣିଜ୍ୟ ଦୂତାବାସ ସମ୍ମୁଖରେ ସ୍ଲୋଗାନ ଦେଉଛନ୍ତି। ଅନ୍ୟପଟେ ଏହାର ମୁକାବିଲା କରିବାକୁ ବହୁ ସଂଖ୍ୟାରେ ଭାରତୀୟ ଲୋକେ ଜାତୀୟ ପତାକା ସହ ଏକଜୁଟ ହୋଇଛନ୍ତି। ଏମାନେ ଲଗାତାର ଭାବରେ ତ୍ରିରଙ୍ଗା ଉଡାଇ ଆତଙ୍କବାଦୀଙ୍କର ବିରୋଧ କରୁଛନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଲଣ୍ଡନରେ ଭାରତୀୟ ହାଇ କମିଶନ ବାହାରେ ୩୦-୪୦ ଖାଲିସ୍ତାନୀ ସମର୍ଥକ ଏକତ୍ରିତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ସ୍ଥାନୀୟ ସମୟ ଅପରାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଏହି ଘଟଣା ଘଟିଥିଲା। ବ୍ରିଟେନ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା। ତେବେ କିଛି ସମୟ ପରେ ଖାଲିସ୍ତାନ ସମର୍ଥକମାନେ ସେହି ସ୍ଥାନ ଛାଡି ପଳାଇ ଯାଇଥିଲେ। ଏହି ମାମଲା ସାମ୍ନାକୁ ଆସିଛି ଯେତେବେଳେ କେବଳ ବ୍ରିଟେନ ନୁହେଁ, ବିଭିନ୍ନ ଦେଶରେ ଖାଲିସ୍ତାନୀ ସମର୍ଥକମାନେ ଭାରତୀୟ ହାଇ କମିଶନଙ୍କୁ ଟାର୍ଗେଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?