ଅଷ୍ଟ୍ରେଲିଆରେ ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦି: ଭାରତୀୟ ଛାତ୍ରଙ୍କୁ ମାଡ଼

ସିଡ଼ନୀ,୩୦।୧: ଅଷ୍ଟ୍ରେଲିଆରେ ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦି ବୃଦ୍ଧି ପାଉଛି। ଖଲିସ୍ତାନୀ ସମର୍ଥକଙ୍କ ଗୁଣ୍ଡାଗର୍ଦ୍ଦିର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଖାଲିସ୍ତାନୀ ସମର୍ଥକମାନେ ଭାରତୀୟ ଛାତ୍ରଙ୍କୁ ମାଡ ମାରୁଥିବାର ନଜର ଆସିଛି। ଏହି ପୁରା ଘଟଣା ମେଲବୋର୍ଣ୍ଣର ଫେଡେରେସନ ସ୍କୋୟାରରେ ଘଟିଛି। ଏହି ଘଟଣାରେ ଜଣେ ଯୁବକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଭିଡିଓରେ ଏହା ସ୍ପଷ୍ଟ ଭାବରେ ଦେଖିବାକୁ ମିଳେ ଯେ, କିଛି ଭାରତୀୟ ଛାତ୍ର ହାତରେ ତ୍ରିରଙ୍ଗା ପତାକା ଧରି ଏକ ଛକ ନିକଟରେ ଠିଆ ହୋଇଥିବାବେଳେ ଖଲିସ୍ତାନ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଖାଲିସ୍ତାନୀ ସମର୍ଥକମାନେ ଛାତ୍ରମାନଙ୍କଠାରୁ ତ୍ରିରଙ୍ଗା ପତାକା ଛଡ଼ାଇ ନେଇଥିଲେ ଏବଂ ଏହାକୁ ଅପମାନ ମଧ୍ୟ କରିଥିଲେ।
ଗତ କିଛି ଦିନ ହେବ ଅଷ୍ଟ୍ରେଲିଆରେ ଖାଲିସ୍ତାନ ସମର୍ଥକମାନେ ମଧ୍ୟ ଅନେକ ଥର ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଜାନୁଆରୀ ୧୭ରେ ମେଲବୋର୍ନର ସ୍ବାମୀନାରାୟଣ ମନ୍ଦିର ଉପରେ ଆକ୍ରମଣ କରାଯାଇଥିଲା। ଖାଲିସ୍ତାନର ସମର୍ଥନରେ ସ୍ଲୋଗାନ ମଧ୍ୟ ମନ୍ଦିର କାନ୍ଥରେ ଲେଖାଯାଇଥିଲା। ଭାରତୀୟ ଉଚ୍ଚ ଆୟୋଗ ଦ୍ୱାରା ଜାରି ଏକ ବିବୃତ୍ତିରେ ଏହି ଆକ୍ରମଣକୁ ସମାଲୋଚନା କରିବା ସହ ଖାଲିସ୍ତାନୀ ସମର୍ଥକଙ୍କ କାର୍ଯ୍ୟକଳାପକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?