Posted inଖେଳ

ପ୍ରୋ-ଲିଗ୍‌: ବେଲଜିୟମଠାରୁ ହାରିଲା ଭାରତ

ଲଣ୍ଡନ, ୨୭ା୫ (ପି.ଟି.): ଏଫ୍‌ଆଇଏ୍‌ ପ୍ରୋ-ଲିଗ୍‌ ହକିର ଏକ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚରେ ବେଲଜିୟମ ୨-୧ ଗୋଲ୍‌ରେ ଭାରତକୁ ହରାଇ ଦେଇଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚର ସମସ୍ତ ଗୋଲ୍‌ ପେନାଲ୍‌ଟି କର୍ନର ଜରିଆରେ ସ୍କୋର ହୋଇଥିଲା। ବିଶ୍ୱର ଦୁଇ ନମ୍ବର ମାନ୍ୟତାପ୍ରାପ୍ତ ଦଳ ବେଲଜିୟମ ଖେଳର ୧୮ତମ ମିନିଟ୍‌ରେ ଥିବ୍ୟୁ ଷ୍ଟକ୍‌ ବ୍ରୋଏକ୍ସଙ୍କ ଗୋଲ ବଳରେ ପ୍ରଥମେ ଅଗ୍ରଣୀ ଲାଭ କରିଥିଲା। ୨୫ତମ ମିନିଟ୍‌ରେ ମନଦୀପ ସିଂଙ୍କ ଗୋଲ ଜରିଆରେ ଭାରତ ମ୍ୟାଚକୁ ୧-୧ରେ ବରାବଲ ସ୍ଥିତିକୁ ନେଇ ଆସିଥିଲା। କିନ୍ତୁ ମ୍ୟାଚର ଶେଷ ଭାଗରେ ବେଲଜିୟମ ଦଳକୁ କେତୋଟି ପେନାଲ୍ଟି କର୍ନର ସୁଯୋଗ ମିଳିବାରୁ ଭାରତର ରକ୍ଷଣଭାଗ ଖେଳାଳିମାନେ ଚାପରେ ରହିଥିଲେ। ଏହାର ସୁଯୋଗରେ ନେଲସନ ଓନାନା ୬୦ତମ ମିନିଟରେ ଏକ ପେନାଲଟି କର୍ନରକୁ ଗୋଲରେ ପରିଣତ କରି ବେଲଜିୟମକୁ ବିଜୟୀ କରାଇଥିଲେ। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ଶନିବାର ଗ୍ରେଟ୍‌ ବ୍ରିଟେନ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?