ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି: ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଏବଂ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଆର୍ଯ୍ୟପଲ୍ଲୀ ମତ୍ସ୍ୟଜେଟି, ଗୋପାଳପୁର ପୋର୍ଟ ପରିସର ଏବଂ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ନୋଳିଆ ନୂଆଗାଁ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି।

ଆର୍ଯ୍ୟପଲ୍ଲୀ ମତ୍ସ୍ୟଜେଟିରେ ଆନ୍ଧ୍ରପ୍ରଦେଶ ଓ ପାରାଦ୍ୱୀପରୁ ଆସି ଆଶ୍ରୟ ନେଇଥିବା ଟ୍ରଲରଗୁଡ଼ିକର ସୁରକ୍ଷା ବ୍ୟବସ୍ଥାର ଜିଲାପାଳ ଯାଞ୍ଚ କରିଥିଲେ। ଟ୍ରଲରରେ ରହୁଥିବା ମତ୍ସ୍ୟଜୀବୀଙ୍କ ସୁରକ୍ଷା, ଆବଶ୍ୟକ ସହାୟତା ଏବଂ ବାତ୍ୟା ସମୟରେ ସେମାନଙ୍କୁ କୌଣସି ଅସୁବିଧା ନ ହେବା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ଅଧିକାରୀମାନଙ୍କଠାରୁ ତଥ୍ୟ ନେଇଥିଲେ।

ଏପରିକି ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଡଙ୍ଗା, ଜାଲ ଓ ଅନ୍ୟାନ୍ୟ ମତ୍ସ୍ୟଜୀବୀଙ୍କ ସାମଗ୍ରୀର ସୁରକ୍ଷା ବ୍ୟବସ୍ଥା ମଧ୍ୟ ବୁଲି ଦେଖିଥିଲେ। ଆବଶ୍ୟକ ପଡ଼ିଲେ ଟ୍ରଲରରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ନେଇ ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ବ୍ୟବସ୍ଥା ରହିଥିବା ଜିଲ୍ଲାପାଳ କହିଥିଲେ।

ଏହି ଅପସରରେ ଜିଲାପାଳ ନୋଳିଆ ନୂଆଗାଁ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଠାରେ ଉପଲବ୍ଧ ମୌଳିକ ସୁବିଧା ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ପାନୀୟ ଜଳ, ବିଦ୍ୟୁତ୍‌ ପରିମଳ ବ୍ୟବସ୍ଥା, ଆଶ୍ରୟସ୍ଥଳୀରେ ଲୋକଙ୍କ ରହଣି, ସ୍ଥାନାନ୍ତର ଏବଂ ସୁରକ୍ଷା ବ୍ୟବସ୍ଥା ନେଇ ଜିଲାପାଳ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ସମୁଦ୍ରକୂଳ ଅଞ୍ଚଳରେ ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ନେଇ ପ୍ରଶାସନର ପ୍ରସ୍ତୁତି ମଧ୍ୟ ଜିଲାପାଳ ସମୀକ୍ଷା କରିଥିଲେ। ଆବଶ୍ୟକ ସମୟରେ ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର, ଆଶ୍ରୟସ୍ଥଳୀରେ ଆବଶ୍ୟକ ସୁବିଧା ଯୋଗାଣ ଏବଂ ଜରୁରୀକାଳୀନ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ନେବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି।

ଜିଲ୍ଲାପାଳଙ୍କ ସହ ପରିଦର୍ଶନ ବେଳେ ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାମଜିତ ସାହୁ, ତହସିଲଦାର ଦିବ୍ୟା ମହାନ୍ତି ଓ ପୌର ପରିଷଦ ଇଓ ପ୍ରସନ୍ନ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ସଫଳତାର ସହ ମୁକାବିଲା କରିବା ସହ ଜିଲାରେ ଶୂନ୍ୟ ଜୀବନହାନି ଲକ୍ଷ୍ୟ ନେଇ ପ୍ରଶାସନ ପକ୍ଷରୁ ତୁହାକୁ ତୁହା ବୈଠକ, କ୍ଷେତ୍ର ପରିଦର୍ଶନ ଓ ପ୍ରସ୍ତୁତି କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର କୁମାର ପୂର୍ଣ୍ଣମୀ ସାରେ କାଳୁ ଗୌଡ଼(୪୧) ନାମକ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭଞ୍ଜନଗର ଉପଜିଲ୍ଲାପାଳ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ଖୁସି ଖବର: ଏହି ୨ ଖେଳାଳି…

ନୂଆଦିଲ୍ଲୀ,୨୬।୧୦: ଭାରତୀୟ କ୍ରିକେଟ ଦଳର ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ଏବଂ ଉଇକେଟକିପର-ବ୍ୟାଟର ଋଷଭ ପନ୍ତ ଏବେ ବେଙ୍ଗାଲୁରୁସ୍ଥିତ ସେଣ୍ଟର…

‘ଡୋର୍‌-ଟୁ-ଡୋର୍‌ ସର୍ଭେ’ ଆରମ୍ଭ, ଯୋଗଦେଲେ ଉପଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୌରାଞ୍ଚଳରେ ସୋମବାରଠାରୁ ‘ଡୋର୍‌-ଟୁ-ଡୋର୍‌ ସର୍ଭେ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗେଦଲ ନାଇଡୁପାଲମ ଗ୍ରାମରୁ ଏହି…

ବାତ୍ୟା ଅର୍ଣ୍ଣବ: ଏହି ଜିଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ଭୁବନେଶ୍ବର,୨୬।୧୦: ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ପାଖେଇ ଆସୁଥିବା ବେଳେ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ନବରଙ୍ଗପୁର ଜିଲାରେ ଆସନ୍ତା ୨…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଗୁଡ଼ାରି ବ୍ଲକ ପ୍ରଶାସନ ସଜାଗ, ୯ ପଞ୍ଚାୟତରେ ନିଯୁକ୍ତ ହେଲେ ନୋଡାଲ ଅଧିକାରୀ

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଗତ ୨୫ ତାରିଖରୁ…

କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ

କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା…

ପୁଣି ବଦଳିବେ କଂସ ଅଭିନେତା: ଅଭିନୟରୁ ଅବ୍ୟାହତି ନେଲେ ସୁଶିଲ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ମାସ ୧୨ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?