Posted inଖେଳ

ବିଶ୍ୱକପ୍‌ ପାଇଁ ସମ୍ଭାବ୍ୟ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୧୬।୮: ବିଶ୍ୱକପ ୨୦୨୩ ପାଇଁ ବୁଧବାର ସମ୍ଭାବ୍ୟ ଇଂଲଣ୍ଡ ଦଳ ଘୋଷଣା କରିଛି। ବେନ ଷ୍ଟୋକ୍ସ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ୨୦୨୨ରେ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ନେଇଥିଲେ। କିନ୍ତୁ ବର୍ତ୍ତମାନ ସେ ଅବସରରୁ ଫେରିବେ। ଯଦିଓ ଇଂଲଣ୍ଡ ବିଶ୍ୱକପ ପାଇଁ ସ୍ଥାୟୀ ଦଳ ଘୋଷଣା କରିନାହିଁ। କିନ୍ତୁ ବୋଧହୁଏ ଏଥିରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଆଇସିସି ଟୁଇଟ୍‌ କରି ପ୍ରଶଂସକଙ୍କ ସହ ଏହି ଖବର ଶେୟାର କରିଛି।
ଅସ୍ଥାୟୀ ଦଳର ୧୫ ଖେଳାଳିଙ୍କୁ ଇଂଲଣ୍ଡ ସ୍ଥାନ ଦେଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ହ୍ୟାରି ବ୍ରୁକ ଏବଂ ଜୋଫ୍ରା ଆର୍ଚର ଏଥିରେ ସାମିଲ ହୋଇନାହାଁନ୍ତି। ଇଂଲଣ୍ଡ ଚୟନକର୍ତ୍ତା ଲୁକ ରାଇଟ କହିଛନ୍ତି ଯେ ଆର୍ଚର କେବଳ ରିଜର୍ଭ ଖେଳାଳି ଭାବରେ ଦଳର ଅଂଶ ହେବେ।
ସୂଚନାଯୋଗ୍ୟ, ବିଶ୍ୱକପ ୨୦୨୩ର ପ୍ରଥମ ମ୍ୟାଚ ୫ ଅକ୍ଟୋବରରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବିଶ୍ୱକପ ପାଇଁ ଇଂଲଣ୍ଡ ଏପର୍ଯ୍ୟନ୍ତ ଖେଳାଳିଙ୍କ ନାମ ଆଇସିସିରେ ଦେଇନାହିଁ। କିନ୍ତୁ ଖୁବ ଶୀଘ୍ର ଇଂଲଣ୍ଡ ବୋର୍ଡ ଦଳକୁ ଆଇସିସିରେ ଦାଖଲ କରିପାରିବ।
ଇଂଲଣ୍ଡର ସମ୍ଭାବ୍ୟ ବିଶ୍ୱକପ ଦଳ: ଜୋସ ବଟଲର୍‌ (ଅଧିନାୟକ), ମୋଏନ ଅଲି, ଗୁସ ଆଟକିନ୍ସନ, ଜନି ବେୟାରଷ୍ଟୋ, ସାମ କୁରାନ, ଲିଆମ ଲିଭିଙ୍ଗଷ୍ଟୋନ, ଡେଭିଡ ମାଲାନ, ଆଦିଲ ରସିଦ, ଜୋ ରୁଟ, ଜେସନ ରଏ, ବେନ ଷ୍ଟୋକ୍ସ, ରିସ ଟୋପଲି, ଡେଭିଡ ୱିଲି, ମାର୍କ ଉଡ୍‌ , କ୍ରିସ ୱୁକସ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri