Posted inଜାତୀୟ

ପ୍ରୋବା-୩ କକ୍ଷପଥରେ ଅବସ୍ଥାପିତ

ଶ୍ରୀହରିକୋଟା,୫ା୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପିଏସ୍‌ଏଲ୍‌ଭି-ସି୫୯ ରକେଟ ସହାୟତାରେ ଗୁରୁବାର ୟୁରୋପିଆନ୍‌ ସ୍ପେସ୍‌ ଏଜେନ୍ସି (ଇଏସ୍‌ଏ)ର ପ୍ରୋବା-୩ ମିଶନକୁ ସଫଳତାର ସହ କକ୍ଷପଥରେ ଅବସ୍ଥାପିତ କରାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହାକାଶ କେନ୍ଦ୍ରର ପ୍ରଥମ ଲଞ୍ଚ୍‌ପ୍ୟାଡ୍‌ରୁ ଅପରାହ୍ନ ୪ଟା ପରେ ପିଏସ୍‌ଏଲ୍‌ଭିକୁ ଛଡ଼ାଯିବାର ୧୮ ମିନିଟ ପରେ ଏହା ନିର୍ଦ୍ଦିଷ୍ଟ କକ୍ଷପଥରେ ସାଟେଲାଇଟ୍‌କୁ ଅବସ୍ଥାପିତ କରିଥିବା ଇସ୍ରୋ ଅଧ୍ୟକ୍ଷ ଏସ୍‌. ସୋମନାଥ କହିଛନ୍ତି। ବୁଧବାର ମିଶନ ପାଇଁ ପୂର୍ବରୁ ଯୋଜନା ହୋଇଥିବାବେଳେ ସାଟେଲାଇଟ୍‌ର ପ୍ରପଲଶନ ସିଷ୍ଟମ୍‌ରେ ତ୍ରୁଟି ଯୋଗୁ ସ୍ଥଗିତ ରଖାଯାଇଥିଲା।

ପ୍ରୋବା-୩ (ପ୍ରୋଜେକ୍ଟ ଫର୍‌ ଅନ୍‌ବୋର୍ଡ ଅଟୋନୋମି) ମିଶନରେ ୨ଟି ସାଟେଲାଇଟ୍‌ ରହିଛି। ଏହା ଭିତରେ ରହିଥିବା ଦୁଇଟି ସ୍ପେସ୍‌କ୍ରାଫ୍ଟ ଏକସଙ୍ଗେ ଉଡିବେ। ଗୋଟିଏ ସ୍ପେସ୍‌କ୍ରାଫ୍ଟ ସୂର୍ଯ୍ୟଙ୍କ ବାହ୍ୟ ପରିସରର ଅଧ୍ୟୟନ କରିବ। ଇସ୍ରୋର ବ୍ୟବସାୟିକ ଶାଖା ନ୍ୟୁସ୍ପେସ୍‌ ଇଣ୍ଡିଆ ଲିଃ (ଏନ୍‌ଏସ୍‌ଆଇଏଲ୍‌) ଏହି ସାଟେଲାଇଟ୍‌ ଲଞ୍ଚ କରାଇବା ନିମନ୍ତେ ଇଏସ୍‌ଏରୁ ଅର୍ଡର ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?