Posted inଜାତୀୟ

ପ୍ରୋବା-୩ କକ୍ଷପଥରେ ଅବସ୍ଥାପିତ

ଶ୍ରୀହରିକୋଟା,୫ା୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପିଏସ୍‌ଏଲ୍‌ଭି-ସି୫୯ ରକେଟ ସହାୟତାରେ ଗୁରୁବାର ୟୁରୋପିଆନ୍‌ ସ୍ପେସ୍‌ ଏଜେନ୍ସି (ଇଏସ୍‌ଏ)ର ପ୍ରୋବା-୩ ମିଶନକୁ ସଫଳତାର ସହ କକ୍ଷପଥରେ ଅବସ୍ଥାପିତ କରାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହାକାଶ କେନ୍ଦ୍ରର ପ୍ରଥମ ଲଞ୍ଚ୍‌ପ୍ୟାଡ୍‌ରୁ ଅପରାହ୍ନ ୪ଟା ପରେ ପିଏସ୍‌ଏଲ୍‌ଭିକୁ ଛଡ଼ାଯିବାର ୧୮ ମିନିଟ ପରେ ଏହା ନିର୍ଦ୍ଦିଷ୍ଟ କକ୍ଷପଥରେ ସାଟେଲାଇଟ୍‌କୁ ଅବସ୍ଥାପିତ କରିଥିବା ଇସ୍ରୋ ଅଧ୍ୟକ୍ଷ ଏସ୍‌. ସୋମନାଥ କହିଛନ୍ତି। ବୁଧବାର ମିଶନ ପାଇଁ ପୂର୍ବରୁ ଯୋଜନା ହୋଇଥିବାବେଳେ ସାଟେଲାଇଟ୍‌ର ପ୍ରପଲଶନ ସିଷ୍ଟମ୍‌ରେ ତ୍ରୁଟି ଯୋଗୁ ସ୍ଥଗିତ ରଖାଯାଇଥିଲା।

ପ୍ରୋବା-୩ (ପ୍ରୋଜେକ୍ଟ ଫର୍‌ ଅନ୍‌ବୋର୍ଡ ଅଟୋନୋମି) ମିଶନରେ ୨ଟି ସାଟେଲାଇଟ୍‌ ରହିଛି। ଏହା ଭିତରେ ରହିଥିବା ଦୁଇଟି ସ୍ପେସ୍‌କ୍ରାଫ୍ଟ ଏକସଙ୍ଗେ ଉଡିବେ। ଗୋଟିଏ ସ୍ପେସ୍‌କ୍ରାଫ୍ଟ ସୂର୍ଯ୍ୟଙ୍କ ବାହ୍ୟ ପରିସରର ଅଧ୍ୟୟନ କରିବ। ଇସ୍ରୋର ବ୍ୟବସାୟିକ ଶାଖା ନ୍ୟୁସ୍ପେସ୍‌ ଇଣ୍ଡିଆ ଲିଃ (ଏନ୍‌ଏସ୍‌ଆଇଏଲ୍‌) ଏହି ସାଟେଲାଇଟ୍‌ ଲଞ୍ଚ କରାଇବା ନିମନ୍ତେ ଇଏସ୍‌ଏରୁ ଅର୍ଡର ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାରେ ଶେଷ ହେଲା ପ୍ରେମ କାହାଣୀ, ଝିଅକୁ ପୋଲିସ, ପଞ୍ଚାୟତ ଆଗରେ ଗୁଳିକଲେ ବାପା

ଗ୍ବାଲିଅର,୧୫।୧: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବୁଧବାର ଏକ ଚାଞ୍ଚଲ୍ୟକର ଅନର କିଲିଂ ମାମଲା ସାମନାକୁ ଆସିଛି। ବିବାହର ୩ ଦିନ ପୂର୍ବରୁ ଜଣେ ବାପା ତାଙ୍କ ଝିଅଙ୍କୁ...

ନିର୍ବାଚନ ପୂର୍ବରୁ ଜୀବନରୁ ମାରିଦେବାକୁ ଯୋଜନା, କେଜ୍‌ରିଓ୍ବାଲ କହିଲେ- ‘ଯେଉଁ ଦିନ ଲାଇଫଲାଇନ୍‌ ସରିଯିବ ସେଦିନ…’

ନୂଆଦିଲ୍ଲୀ,୧୫।୧: ଆମ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆକ୍ରମଣ କରିବାକୁ ଏକ ଖଲିସ୍ତାନୀ ସମର୍ଥକଙ୍କ ଗୋଷ୍ଠୀ ଯୋଜନା କରୁଥିବା ନେଇ ଗୁଇନ୍ଦା ରିପୋର୍ଟ ହସ୍ତଗତ...

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ...

ନଇଁଲା ମେଟା: ଜୁକରବର୍ଗଙ୍କ ବୟାନକୁ କହିଲା ‘ଅନିଚ୍ଛାକୃତ ତ୍ରୁଟି’

ନୂଆଦିଲ୍ଲୀ,୧୫।୧: ଶେଷରେ କ୍ଷମା ମାଗିଲା ମେଟା ଇଣ୍ଡିଆ। ସିଇଓ ମାର୍କ ଜୁକରବର୍ଗ ଭାରତର ନିର୍ବାଚନକୁ ନେଇ ଦେଇଥିବା ବିବାଦୀୟ ବୟାନକୁ କମ୍ପାନୀ ପକ୍ଷରୁ ‘ଅନିଚ୍ଛାକୃତ ତ୍ରୁଟି’...

ସାଧ୍ୱୀ ହର୍ଷାଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, କହିଲେ ଏତେ ସୁନ୍ଦରୀ ହେବାର…

ନୂଆଦିଲ୍ଲୀ,୧୫।୧: ପ୍ରୟାଗରାଜର ମହାକୁମ୍ଭରେ ଚର୍ଚ୍ଚାର ବିଷୟ ପାଲଟିଥିବା ମଡେଲ ଏବଂ ଆଙ୍କର ହର୍ଷା ରିଚାରିଆଙ୍କୁ ନେଇ ଏବେ ଏକ ନୂତନ ବିବାଦ ମୁଣ୍ଡ ଟେକିଛି। ମହାକୁମ୍ଭ...

ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ...

ପରାଜୟ ପରେ ସ୍ମୃତି ଇରାନୀଙ୍କ କମ୍‌ବ୍ୟାକ୍‌, ମୋଦିଙ୍କ ଟିମ୍‌ରେ ପୁଣି ହେଲେ ସାମିଲ୍‌

ନୂଆଦିଲ୍ଲୀ,୧୫।୧: ୨୦୨୪ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛଅ ମାସରୁ ଅଧିକ ସମୟ ଧରି ଲୋକଲୋଚନରୁ ଦୂରେଇ ରହିଥିଲେ ସ୍ମୃତି ଇରାନୀ। ମଝିରେ...

ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri