ଜବରଦଖଲ ସମସ୍ୟା: ଭବିଷ୍ୟତ ପାଇଁ ବଢୁଛି ଚିନ୍ତା

ଭଞ୍ଜନଗର,୧୬।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଜବରଦଖଲ ସମସ୍ୟା ବଢିବାରେ ଲାଗିଛି। ଦାୟିତ୍ୱରେ ରହୁଥିବା ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଯାହାକି ଭବିଷ୍ୟତ ପାଇଁ ଚିନ୍ତାର କାରଣ ହୋଇଛି। ଜବରଦଖଲ ସମସ୍ୟା ବୃଦ୍ଧି ଯୋଗୁ ସହରର ରାସ୍ତା ଗୁଡ଼ିକ ଧୀରେ ଧୀରେ ସଙ୍କୁଚିତ ହେବାରେ ଲାଗିଛି। ଫଳରେ ଟ୍ରାଫିକ ସମସ୍ୟା ଦେଖା ଦେଇଛି। ଯାନବାହନ ଚଳାଚଳରେ ବାଧାପ୍ରାପ୍ତ ହେଉଛି। ଅନ୍ୟପକ୍ଷେ ଡ୍ରେନରେ ମଇଳା ପାଣି ନିଷ୍କାସନ ମଧ୍ୟ ଠିକ୍‌ ଭାବେ ହେଉ ନାହିଁ।

ଏହିଭଳି ପରିସ୍ଥିତିରେ ରେଡକ୍ରସ ରୋଡର ଲୋହାରାଖଣ୍ଡି ନଦୀ ଆଡ଼ିବନ୍ଧକୁ ଲାଗି ଥିବା କିଛି ମୂଲ୍ୟବାନ ଜମିକୁ କିଛି ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲ କରିଛନ୍ତି। ସେଠାରେ ବଡ ବଡ ବେସରକାରୀ ଅନୁଷ୍ଠାନ ଗଢ଼ି ଉଠୁଛି। ଏହାଦାରା ଆଗାମୀ ଦିନରେ ରେଡକ୍ରସ ରୋଡର ପାଣି ନିଷ୍କାସନରେ ମୁଖ୍ୟ ସମସ୍ୟା ହେବ। ତେଣୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଦାବୀ ହୋଇଛି।

ସୋମବାର ଏନେଇ ଖଲାସୀସାହି ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏଡିଏମଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ରରେ ଜବରଦଖଲକାରୀଙ୍କୁ ତୁରନ୍ତ ଉଚ୍ଛେଦ କରିବାକୁ ଉଲ୍ଲେଖ କରାଯାଇଛି। ନଚେତ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବ ବୋଲି ମଞ୍ଚର ସମ୍ପାଦକ ମୂରଲୀଧର ପଣ୍ଡା ଚେତାବନୀ ଦେଇଛନ୍ତି।

ଏପରିକି ସହରକୁ ଲାଗିଥିବା ଡିହପଢ଼ାଳ ପଞ୍ଚାୟତର ଅନେକ ଜମିକୁ ବେନିୟମ ଭାବେ କିସମ ବଦଲା ଯାଇଛି। ବ୍ୟବସାୟୀମାନେ ଜମିରେ ମାଟି ପକାଇ ଉଚ୍ଚତା ବଢାଇ ଦେଉଛନ୍ତି। ଫଳରେ ଉକ୍ତ ପ୍ଲଟକୁ ଲାଗିଥିବା ଜମିଗୁଡିକରୁ ଆଉ ପାଣି ନିଷ୍କାସନ ହୋଇପାରୁ ନାହିଁ। ଫଳରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ତେଣୁ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଚାଷୀ ସୁନିଲ ରଞ୍ଜନ ପଣ୍ଡା, ପ୍ରସନ୍ନ ପଣ୍ଡା, ପ୍ରମୋଦ ସ୍ବାଇଁ, ବିଦ୍ୟାଧର ସ୍ବାଇଁ ପ୍ରମୁଖ ଦାବି କରିଛନ୍ତି। ଏଥିସହ ଏଡିଏମ ଦେବଦତ୍ତ ପଣ୍ଡାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri