ବିଶ୍ୱକପ୍‌ ପରେ ହେବ ସମସ୍ୟାର ସମାଧାନ

ରାଉରକେଲା ଅଫିସ,୧୫।୧୨: ହକି ବିଶ୍ୱକପ୍‌ ପେରେ ବିସ୍ଥାପିତଙ୍କ ସମସ୍ୟା ସମାଧାନ କରାଯିବ ବୋଲି ବୁଧବାର ରାଉରକେଲା ଏଡିଏମ୍‌ ଡ. ଶୁଭଙ୍କର ମହାପାତ୍ର ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବିସ୍ଥାପିତଙ୍କୁ ପୋଲିସ ରିଜର୍ଭ ପଡିଆରେ ଅଟକ ରଖିଥିଲା। ବୁଧବାର ବିଳମ୍ବିତ ରାତିରେ ସେମାନଙ୍କୁ ଛାଡି ଦେଇଛି।
ଏହାପୂର୍ବରୁ ବିସ୍ଥାପିତମାନେ ଆର୍‌ଏସ୍‌ପିରରେ ନିଯୁକ୍ତି ପାଇଁ ୮ ଦିନ ଧରି ଏଡିଏମ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ଗତ ୧୨ ତାରିଖରେ ଆରଏମ୍‌ସି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେତେବେଳେ ଆରଏମ୍‌ସି କମିଶନର ତଥା ଏଡିଏମ୍‌ ଡ. ମହାପାତ୍ର ଉକ୍ତ ସମସ୍ୟାର ସମାଧାନ ଦିନକ ଭିତରେ କରିବେ ବୋଲି କହିଥିଲେ। ଫଳରେ ବିସ୍ଥାପିତମାନେ ଆରଏମ୍‌ସି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ନ କରି ଏଡିଏମଙ୍କ କାର୍ଯ୍ୟାଳୟ ସମ୍ମୁଖ ଧାରଣାସ୍ଥଳକୁ ଫେରିଥିଲେ। ଏଥିସହ ପ୍ରଶାସନ ଯେ ପର୍ଯ୍ୟନ୍ତ ଦାବି ପୂରଣ ନ କରିଛି ସେ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ବିସ୍ଥାପିତମାନେ ଜିଦ୍‌ ଧରିଥିଲେ। ବୁଧବାର ସନ୍ଧ୍ୟାରେ ସେମାନେ ଛେଣ୍ଡ କଳିଙ୍ଗ ବିହାର ସ୍ଥିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସମ୍ମୁଖକୁ ଯାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ନିର୍ମାଣାଧୀନ ବିର୍ସାମୁଣ୍ଡା ହକି ଷ୍ଟାଡିୟମ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ବିସ୍ଥାପିତମାନେ ଷ୍ଟାଡିୟମ ଭିତରେ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସେମାନଙ୍କୁ ଗିରଫ କରି ରିଜର୍ଭ ପଡିଆରେ ଅଟକ ରଖିଥିଲା। ଶେଷରେ ହକି ବିଶ୍ୱକପ୍‌ ପରେ ବିସ୍ଥାପିତମାନଙ୍କ ସମସ୍ୟାର ସମାଧାନ କରିବେ ବୋଲି ରାଉରକେଲା ଏଡିଏମ୍‌ ମହାପାତ୍ର ପ୍ରତିଶ୍ରୁତି ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri